Latest Odisha News

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି, ଆସନ୍ତାକାଲି ରଥଯାତ୍ରାରେ ହେବେ ସାମିଲ

ଭୁବନେଶ୍ଵର: ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭାରତୀୟ ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ଵରରେ ପହଞ୍ଚିଲେ ମହାମହିମ । ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ମହାମହିମ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିଛନ୍ତି ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୁଲିସ ନିର୍ଦେଶକ ଅରୁଣ ଷଡଙ୍ଗୀ, ଭୁବନେଶ୍ୱର ମେୟର ସୁଲୋଚନା ଦାସ ଏବଂ ପୁଲିସ କମିଶନର ସଞ୍ଜୀବ ପଣ୍ଡା ।

ଭୁବନେଶ୍ଵରରେ ପହଞ୍ଚିବା ପରେ ସିଧାସଳଖ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି । ଏହାପରେ ରାଷ୍ଟ୍ରପତି ରାଜଭବନରେ ରାତ୍ରି ଯାପନ କରିବେ। ଆସନ୍ତାକାଲି ସକାଳୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ପୁରୀ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

ସୂଚନା ଅନୁସାରେ, ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି । ଆସନ୍ତାକାଲି ରଥଯାତ୍ରାରେ ସାମିଲ ହେବେ ରାଷ୍ଟ୍ରପତି । ୮ ତାରିଖରେ ଖଣ୍ଡଗିରି, ଉଦୟଗିରି ପରିଦର୍ଶନ କରିବା ସହ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବେ ରାଷ୍ଟ୍ରପତି । ସେହିଦିନ ଅପରାହ୍ନରେ ବ୍ରହ୍ମକୁମାରୀଙ୍କ ପାଇଁ ଡିଭାଇନ୍ ରିଟ୍ରିଟ୍ ସେଣ୍ଟର ଉଦଘାଟନ କରିବେ ମହାମହିମ । ସେହିପରି ୯ ତାରିଖରେ ନାଇଜର୍ ର ୧୩ତମ ଗ୍ରାଜୁଏସନ ସେରେମୋନି କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

 

Comments are closed.