Latest Odisha News

BREAKING NEWS

ଆଜିଠୁ କମିବ, ୧୧ ତାରିଖରୁ ପୁଣି ବଢିବ ବର୍ଷାର ପରିମାଣ

ଭୁବନେଶ୍ବର: ରାଜ୍ୟରେ ଆସନ୍ତା ୨ ଦିନ ଯାଏଁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ । ୧୧ ତାରିଖ ପର ଠାରୁ ବର୍ଷାର ପରିମାଣ ବଢିବ ବୋଲି ପୂର୍ବାନୁମାନ କରିଛି  ଏହାର ପରିମାଣ ବଢ଼ିବା ସମ୍ଭାବନା ରହିଛି। ଏଥିସହ ଉପକୂଳ ଓ ଅଧିକାଂଶ ଜିଲାରେ ବଜ୍ରପାତ ସହ ଘଡ଼ଘଡ଼ି ହୋଇପାରେ।

ଅନ୍ୟପଟେ ଆଜି ସନ୍ଧ୍ୟା ସୁଦ୍ଧା ଦକ୍ଷିଣ ଓଡିଶାର କିଛି ସ୍ଥାନରେ ପ୍ରବଳ ବର୍ଷାର ଚେତାବନୀ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ ଓ ଗଜପତି ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଓ ଗଞ୍ଜାମ ଜିଲାରେ ବଜ୍ରପାତ, ଘଡ଼ିଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

Comments are closed.