Latest Odisha News

ରଥ ଉପରକୁ ଚଢିଥିଲେ ଅଣସେବାୟତ, ବାହାର କରିଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ: ବାହୁଡ଼ା ଯାତ୍ରାରେ ରଥରେ ଚଢ଼ିଲେ ଅଣସେବାୟତ। ରଥରୁ ଅଣସେବାୟତଙ୍କୁ ବାହାର କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ।

ସୂଚନା ଅନୁସାରେ, ରଥ ଉପରୁ ହାତ ଧରି ଟାଣିଟାଣି ବାହାର କରି ଦେଇଛନ୍ତି ନିଜେ ମୁଖ୍ୟ ପ୍ରଶାସକ। କୌଣସି ଅଣସେବକ ରଥ ଉପରକୁ ଚଢିବା ନିଷେଧ। ଶ୍ରୀଗୁଣ୍ଡିଚା ଯାତ୍ରା ଦିନ ନିର୍ଦ୍ଦିଷ୍ଟ ଭାବେ ୨ ଜଣ ଅନଧିକୃତ ବ୍ୟକ୍ତି ରଥ ଉପରକୁ ଚଢିବା ଶ୍ରୀମନ୍ଦିର ପ୍ରଶାସନ ନଜରକୁ ଆସିଛି। ତେବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ କହିବା ଅନୁଯାୟୀ, ନୀତି ଶୃଙ୍ଖଳାକୁ ଅଧିକ ଗୁରୁତ୍ଵ ଦିଆଯାଇଛି। ଯଦି କିଛି ବିଶୃଙ୍ଖଳା ଦେଖାଯାଏ ସେମାନଙ୍କ ପାଇଁ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ଉଲ୍ଲେଖଯୋଗ୍ୟ, ସରିଲା ଜନ୍ମବେଦୀରେ ଲୀଳାଖେଳା। ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା। ଭାଇ ଭଉଣୀଙ୍କୁ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ମହାବାହୁ। ଏଥିପାଇଁ ନୀତି ନିର୍ଘଣ୍ଟ ଧାର୍ଯ୍ୟ ହୋଇଛି। ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ଶରଧାବାଲିରେ ପ୍ରସ୍ତୁତ ରହିଛି ତିନି ରଥ।

Comments are closed.