Latest Odisha News

ମାଲକାନଗିରିରେ ସର୍ବାଧିକ ବର୍ଷା ରେକର୍ଡ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର: ଗତ କିଛି ଦିନ ହେବ ରାଜ୍ୟରେ ବର୍ଷା ଜାରି ରହିଛି। ମାଲକାନଗିରିରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଛି। ତଳିଆ ଅଞ୍ଚଳର କିଛି ପୋଲରେ ପାଣି ପ୍ରବାହିତ ଯୋଗୁଁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। କିଛି ଅଞ୍ଚଳରେ ଘରେ ମଧ୍ୟ ପାଣି ପଶିଛି। ସେମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇ ରହିବା ଓ ଖାଇବା ବ୍ୟବସ୍ଥା ହୋଇଛି । ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ।

ମାଲକାନଗିରି ମୋଟୁ ଜାତୀୟ ରାଜପଥ-୩୨୬ ଜଳମଗ୍ନ ହୋଇଛି। ମାଲକାନଗିରି କନ୍ୟାଶ୍ରମ, କାଙ୍ଗୁରୁକୋଣ୍ଡା, ଏମ୍‌ଭି-୯୦, ପୋଟେରୁ ପୋଲ ଉପରେ ଆଣ୍ଠୁଏ ହେବ ପାଣି ଚାଲୁଛି । ବିଭିନ୍ନ ସ୍ଥାନରେ ପୋଲ ଉପରେ ୨ରୁ ୩ ଫୁଟ୍ ପାଣି ପ୍ରବାହିତ ହେଇଥିବା ବେଳେ କାଲିମେଳାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଫଳରେ ଉଭୟ ପାର୍ଶ୍ୱରେ ଯାନବାହନ ଅଟକି ରହିଛି ।

ଅନ୍ୟପଟେ ଗତକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପର ଅବପାତରେ ପରିଣତ ହୋଇଛି । ଯାହାର ପ୍ରଭାବରେ ଆଗାମୀ ୩ ଦିନ ଅର୍ଥାତ୍ ୨୩ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ଜାରି କରିଛି ପାଣିପାଗ ବିଭାଗ । ବିଶେଷ କରି ଦକ୍ଷିଣ ଓ ଉପକୂଳବର୍ତ୍ତୀ ଜିଲାରେ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Comments are closed.