Latest Odisha News

୩୧ ଯାଏଁ ପ୍ରବଳ ବର୍ଷା ସମ୍ଭାବନା: ଆଜି ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ଵର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଛି । ଗାଙ୍ଗେଟିକ୍ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ପ୍ରଭାବରେ ଆଉ ୪ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୪ ଘଣ୍ଟାରେ ଏହା ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ସେପଟେ ସମ୍ଭାବ୍ୟ ବର୍ଷାକୁ ଦେଖି ଆଜି ପାଇଁ ରାଜ୍ୟର ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ସୋମବାର ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଭଦ୍ରକ, ବାଲେଶ୍ୱର ଏବଂ ଯାଜପୁର ଜିଲ୍ଳାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଆସନ୍ତା ଦୁଇ ଦିନ ପାଇଁ ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଅନ୍ୟପଟେ ପ୍ରବଳ ବର୍ଷା ଯୋଗୁ ତଳିଆ ଅଞ୍ଚଳରେ ପାଣି ଜମିବା ଆଶଙ୍କା ରହିଛି। ତମାମ ବର୍ଷାର ପ୍ରଭାବରେ ଉତ୍ତର ଓଡ଼ିଶାରେ ବନ୍ୟା ଆଶଙ୍କା ରହିଥିବା ବେଳେ ଆଲର୍ଟରେ ଥିବା ୧୩ଟି ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ପ୍ରସ୍ତୁତ ରହିବାକୁ ସ୍ୱତନ୍ତ୍ର ରିଲିଫ୍ କମିଶନର ନିର୍ଦ୍ଦେଶ ଦେଇଛନ୍ତି।

 

Comments are closed.