Latest Odisha News

BREAKING NEWS

ଆଗାମୀ ୩ ଘଣ୍ଟା ମଧ୍ୟରେ ୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ବର୍ଷା। ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁଯାୟୀ, ସୋମବାର ଓଡିଶାର ତିନୋଟି ଜିଲ୍ଲା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ତିନି ଘଣ୍ଟା ପାଇଁ ସତର୍କତା ଜାରି କରାଯାଇଛି। ଆଗାମୀ ୩ ଘଣ୍ଟା ମଧ୍ୟରେ ସମ୍ଭବତଃ ମୟୂରଭଞ୍ଜ, ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲାର କିଛି ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ହେବା ନେଇ ସୂଚନ ରହିଛି।

ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ଜଳସ୍ତର ବଢିବା ଏବଂ ସହରାଞ୍ଚଳରେ ଟ୍ରାଫିକ୍ ବ୍ୟାଘାତ ହେବା ନେଇ ଆଗୁଆ ସତର୍କ କରାଇଲା ପାଣିପାଗ ବିଭାଗ। ଲୋକଙ୍କୁ ପାଣିପାଗ ଉପରେ ନଜର ରଖିବାକୁ ଏବଂ ସେହି ଅନୁଯାୟୀ କାର୍ଯ୍ୟ କରିବାକୁ ପରାମର୍ଶ ଦିଆଯାଇଛି।

ଜୁଲାଇ ୩୧ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଆଇଏମଡି ପୂର୍ବାନୁମାନ କରିଛି। ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ଓଡିଶାର ଉତ୍ତର ଏବଂ ଆଭ୍ୟନ୍ତରୀଣ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Comments are closed.