Latest Odisha News

BREAKING NEWS

ସେବାୟତଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ: ବାହୁଡ଼ା ଯାତ୍ରାରେ ମା’ ସୁଭଦ୍ରାଙ୍କ ରଥ ଉପରେ ଅଣସେବାୟତ ଚଢିବା ପ୍ରସଙ୍ଗରେ ଶ୍ରୀମନ୍ଦିର ସେବାୟତଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି।

ସୂଚନା ଅନୁଯାୟୀ, ୭ ଦିନ ଭିତରେ ସନ୍ତୋଷଜନକ ଉତ୍ତର ଦେଇନପାରିଲେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନୋଟିସରେ ଉଲ୍ଲେଖ ହୋଇଛି।

ଏହାସହ ମାମଲାର ଚୂଡ଼ାନ୍ତ ନିଷ୍ପତ୍ତି ହେବା ନଯାଏଁ ସମ୍ପୃକ୍ତ ସେବାୟତଙ୍କ ପ୍ରାପ୍ୟ, ପାଉଣା ସ୍ଥଗିତ ରଖିବାକୁ ମଧ୍ୟ ଦଇତାପତି ନିଯୋଗ ସମ୍ପାଦକଙ୍କୁ ଜଣାଇଛନ୍ତି ଶ୍ରୀମନ୍ଦିର ପ୍ରଶାସନ।

Comments are closed.