Latest Odisha News

BREAKING NEWS

ଆଜିଠୁ ରାଜ୍ୟରେ ବଢିବ ବର୍ଷା, ଆଗାମୀ ୩ ଘଣ୍ଟା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ବଢିବ ବର୍ଷା। ଆଗାମୀ ୩ ଘଣ୍ଟା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଏସବୁ ଜିଲ୍ଲାଗୁଡିକ ହେଉଛି ସୁନ୍ଦରଗଡ, ମାଲକାନଗିରି, ବରଗଡ ଏବଂ ସମ୍ବଲପୁର। ଏଠିକାର ଜିଲ୍ଲା ପ୍ରଶାସନ ମାନଙ୍କୁ ସତର୍କ ରହିବାକୁ କୁହାଯାଇଛି। ଝାଡ଼ଖଣ୍ଡ ଉପରେ ଏକ ଘୂର୍ଣ୍ଣିବଳୟ ରହିଥିବା ବେଳେ ବାଂଲାଦେଶ ଏବଂ ଏହାର ଆଖପାଖ ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାସହ ମୌସୁମୀ ଟ୍ରାପ୍ ଲାଇନ୍ ସକ୍ରିୟ ରହିଛି। ଯାହା ଫଳରେ ଆଜିଠାରୁ ରାଜ୍ୟରେ ବଢିବ ବର୍ଷା।

ଆଜି ଏବଂ ଆସନ୍ତାକାଲି ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ ଏହି ସୂଚନା ଦେଇଛି । ସକ୍ରିୟ ମୌସୁମୀ ଓ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଛି। ଆହୁରି ୩ ଦିନ ବର୍ଷାରେ ଭିଜିବ ସାରା ଓଡିଶା। ପ୍ରବଳ ବର୍ଷା ନେଇ ଆଜି ପାଇଁ ୨୧ ଜିଲ୍ଲାକୁ ୟେଲୋ ସତର୍କତା ଜାରି କରିଛି ପାଣିପାଗ ବିଭାଗ। କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ , ସମ୍ବଲପୁର, ଦେବଗଡ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ବାକି ୧୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଆସନ୍ତାକାଲି ପାଇଁ ୧୫ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଅଗଷ୍ଟ ୩ ତାରିଖ ଯାଏଁ ରାଜ୍ୟରେ ବର୍ଷା ଜାରି ରହିବ। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆଜି ପୂର୍ବାହ୍ନ ମଧ୍ୟରେ ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୩ ତାରିଖ ଯାଏ ବର୍ଷା ହେବାର ସମ୍ଭାବନା ଥିବାରୁ ବନ୍ୟା ଆଶଙ୍କା ରହିଛି । ଏପରି ସ୍ଥିତିରେ ଜିଲ୍ଲା ପ୍ରଶାସନକୁ ସତର୍କ ରହିବାକୁ କୁହାଯାଇଛି।

Comments are closed.