Latest Odisha News

BREAKING NEWS

ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, କାଲିଠୁ ବଢ଼ିବ ବର୍ଷାର ପରିମାଣ

ଭୁବନେଶ୍ୱର: ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଆଗାମୀ ୩ ଘଣ୍ଟିଆ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। କଟକ ସହର ସମେତ କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଯାଜପୁରରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ କିଛି ସ୍ଥାନରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବା ସହ ଦୃଶ୍ୟମାନ ଦୂରତା କମ ରହିବ ବୋଲି ସତର୍କ କରାଯାଇଛି ।

ପାଣିପାଗକୁ ନଜରରେ ରଖି କାର୍ଯ୍ୟ କରିବାକୁ ସାଧାରଣ ଲୋକଙ୍କୁ ପରାମର୍ଶ ଦିଆଯାଇଛି । ସେହିପରି ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବା ବେଳେ ଏହାର ପ୍ରଭାବରେ ଆସନ୍ତାକାଲିଠୁ ବର୍ଷାର ପରିମାଣ ବଢିବ। ଆସନ୍ତାକାଲି ୧୫ ଜିଲ୍ଲାରେ ବିଜୁଳି ଘଡଘଡି ସହ ୭ ରୁ ୧୧ ସେମି ବର୍ଷା ହେବା ସମ୍ଭାବନା ରହିଛି । ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

କେନ୍ଦୁଝର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ବାଲେଶ୍ବର, ମୟୂରଭଞ୍ଜ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଗଂଜାମ, ଗଜପତି, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହାସହ ୭ ତାରିଖରେ ୬ ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର।

 

Comments are closed.