Latest Odisha News

BREAKING NEWS

୨୦୩୬ ସୁଦ୍ଧା ଓଡିଶା ଅର୍ଥନୀତି ୫୦୦ ବିଲିଅନ୍ ଡଲାରରେ ପହଞ୍ଚିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ସହିତ ନୀତି ଆୟୋଗ ସି.ଇ.ଓ ଶ୍ରୀ ବି.ଭି.ଆର୍ ସୁବ୍ରମନିୟମ୍ ଙ୍କ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନୀତି ଆୟୋଗ ସହଯୋଗରେ ବିକଶିତ ଓଡିଶା ପାଇଁ ଭିଜନ ଡକ୍ୟୁମେଣ୍ଟ ୨୦୩୬ ଏବଂ ଭିଜନ ଡକ୍ୟୁମେଣ୍ଟ ୨୦୪୭ ପ୍ରସ୍ତୁତ କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଷ୍ଟିୟରିଂ କମିଟି ଗଠନ କରାଯିବ। ନୀତି ଆୟୋଗ ସହଯୋଗରେ ଆସନ୍ତା ୩ ମାସ ମଧ୍ୟରେ ଓଡିଶା ପାଇଁ ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରାଯିବ । ଏହି ଡକୁମେଣ୍ଟ ପ୍ରସ୍ତୁତ କରିବା ପାଇଁ ରାଜ୍ୟବ୍ୟାପୀ ବିଭିନ୍ନ ବର୍ଗର ଲୋକଙ୍କ ଠାରୁ ମତାମତ ମଧ୍ୟ ଗ୍ରହଣ କରାଯିବ। ଭିଜନ ଡକ୍ୟୁମେଣ୍ଟର କାର୍ଯ୍ୟାନ୍ବୟନ ପାଇଁ ସ୍ୱତନ୍ତ୍ର ଯୋଜନା ମଧ୍ୟ ପ୍ରସ୍ତୁତ କରାଯିବ।

ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତରେ ଓଡିଶା ଏକ ଗ୍ରୋଥ୍ ଇଞ୍ଜିନ୍ ହେବାର ଲକ୍ଷ୍ୟ ରଖିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ପୂର୍ବରୁ ୨୦୩୬ରେ ସ୍ୱତନ୍ତ୍ର ଓଡିଶା ଗଠନର ୧୦୦ ବର୍ଷ ପୂରଣ ହେଉଛି । ତେଣୁ ୨୦୩୬ ଓ ୨୦୪୭କୁ ଲକ୍ଷ୍ୟ ରଖି ଦୁଇଟି ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରିବା ପାଇଁ ପ୍ରସ୍ତାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ବର୍ତ୍ତମାନ ଓଡିଶାର ଅର୍ଥନୀତିର ଆକାର ୧୦୦ ବିଲିଅନ୍ ଡଲାରୁ ଅଧିକ ଅଛି। ୨୦୩୬ ସୁଦ୍ଧା ୫୦୦ ବିଲିଅନ୍ ଡଲାର ଓ ୨୦୪୭ ସୁଦ୍ଧା ୧.୫୦ ଟ୍ରିଲିଅନ୍ ଡଲାର ଅର୍ଥନୀତି ହାସଲ କରିବା ପାଇଁ ଓଡିଶା ଲକ୍ଷ୍ୟ ରଖିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Comments are closed.