Latest Odisha News

ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର: ଗୋଟିଏ ପରେ ଗୋଟିଏ ଧାଡ଼ିବାନ୍ଧି ଆସିବାରେ ଲାଗିଛି ଲଘୁଚାପ l ଆସନ୍ତା ୨୪ ଘଣ୍ଟା ଭିତରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ନେଇ ସମ୍ଭାବନା ରହିଛି l ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ନିକଟ ସମୁଦ୍ରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି l ଘୂର୍ଣ୍ଣିବଳୟ ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ l

ସୂଚନା ଅନୁସାରେ, ଗତ ସୋମବାରଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବା ସହ ଗତ ୩୬ ଘଣ୍ଟାରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ନେଇ ରେକର୍ଡ କରାଯାଇଛି l ତେବେ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏପରି ସ୍ଥିତି ଜାରି ରହିବା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର l

ସେପଟେ ଆଜି ପାଇଁ ମାଲାକନଗିରି, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର l

Comments are closed.