Latest Odisha News

ଆଜି ଓ୍ବାୟନାଡ଼ ଭୂସ୍ଖଳନ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ମୋଦି

ନୂଆଦିଲ୍ଲୀ: ଆଜି କେରଳ ୱାୟନାଡ଼ ଭୂସ୍ଖଳନ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆକାଶମାର୍ଗରୁ ନୀରିକ୍ଷଣ କରିବା ସହ ଭୁସ୍ଖଳନ ଦ୍ବାରା ହୋଇଥିବା କ୍ଷୟକ୍ଷତିର କରିବେ ସମୀକ୍ଷା । ଏହା ସହ ରିଲିଫ କ୍ୟାମ୍ପ ପରିଦର୍ଶନ କରି ପ୍ରଭାବିତ ଲୋକଙ୍କୁ ଭେଟିବା ବ୍ୟତୀତ ସେ ଡାକ୍ତରଖାନାରେ ଆହତ ଏବଂ ପୀଡିତଙ୍କ ପରିବାରକୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି ।

ଜୁଲାଇ ୩୦ରେ ପ୍ରବଳ ବର୍ଷା ହେତୁ କେରଳର ୱାୟାନାଡ ଜିଲ୍ଲାରେ ଭୂସ୍ଖଳନ ଘଟିଥିଲା । ଯେଉଁଥିରେ ବର୍ତ୍ତମାନ ସୁଦ୍ଧା ୩୦୦ ରୁ ଅଧିକ ଜୀବନ ଯାଇଛି । ୨ ଶହରୁ ଅଧିକ ଲୋକ ନିଖୋଜ ଅଛନ୍ତି । ଅନେକ ଆହତ ହୋଇ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି । ଏହି ଉଦ୍ଧାରକାର୍ଯ୍ୟ ରେ ନିୟୋଜିତ ଥିବା ସେନା କର୍ମଚାରୀ, ଓସଓଜି ଅଧିକାରୀ ଏବଂ ଜଙ୍ଗଲ ଅଧିକାରୀଙ୍କ ଏକ ସ୍ୱତନ୍ତ୍ର ଟିମ୍ ସୁଜିପାରାସ୍ଥିତ ସୂର୍ଯ୍ୟୋଦୟ ଉପତ୍ୟକାର ଜଙ୍ଗଲ ଭିତରେ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି ।

ସେପଟେ ଏହି ବିପର୍ଯ୍ୟୟକୁ ଜାତୀୟ ବିପର୍ଯ୍ୟୟ ଘୋଷଣା କରିବାକୁ କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ଦାବି କରିଛନ୍ତି ।

Comments are closed.