Latest Odisha News

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଢିବ ବର୍ଷାର ପରିମାଣ, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ବର୍ତ୍ତମାନ ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ । ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ସହ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଫଳରେ ସୁନ୍ଦରଗଡ଼ ଓ ଝାରସୁଗୁଡାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହା ସହ ଆସନ୍ତାକାଲିଠୁ ବର୍ଷାର ପରିମାଣ ଧିରେ ଧିରେ କମିବା ସହ ୧୩ ତାରିଖରୁ ପୁଣି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଦିନ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

ଏହାପରେ ୧୪ ଓ ୧୫ ତାରିଖରେ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା କରି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏସଆରସିଙ୍କ ପକ୍ଷରୁ ମଧ୍ୟ ସତର୍କ ସୂଚନା ଜାରି କରାଯିବା ସହ ଜିଲ୍ଲା ପ୍ରଶାସନକୁ ସଜାଗ ରହିବାକୁ ପରାମର୍ଶ ଦିଆଯାଇଛି ।

ସୂଚନାଯୋଗ୍ୟ, ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ୍ ୧ରୁ ଏଯାବତ୍ ୬୨୧.୮ ମିଲିମିଟର ବର୍ଷା ରେକର୍ଡ ହୋଇଛି । କେବଳ ମାଲକାନଗିରିରେ ସ୍ଵାଭାବିକଠାରୁ ଅତ୍ୟଧିକ ବର୍ଷା ହୋଇଛି ।

Comments are closed.