Latest Odisha News

BREAKING NEWS

ବର୍ଷା ଓ ବଜ୍ରପାତ ନେଇ ଓଡିଶାର ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଭୁବନେଶ୍ୱର ସମେତ ଓଡିଶାର ୩ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ମଙ୍ଗଳବାର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି- ନୟାଗଡ଼, ବଲାଙ୍ଗିର ଓ ଖୋର୍ଦ୍ଧା (ଭୁବନେଶ୍ୱର)। ଆଗାମୀ ୩ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ ସାମାନ୍ଯରୁ ମଧ୍ଯମଧରଣର ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି।

ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ଏବଂ ବାହାରେ ଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

 

Comments are closed.