Latest Odisha News

BREAKING NEWS

ଭିଜିଲାନ୍ସ ଜାଲରେ ଆଉ ଜଣେ ବଡ଼ବାବୁ, ଚାଲିଛି ରେଡ଼୍

କେନ୍ଦ୍ରାପଡ଼ା: ଆକ୍ସନ ମୁଡରେ ଭିଜିଲାନ୍ସ। ଆଜି ସକାଳେ ପୁଣି ଜଣେ ଅଧିକାରୀଙ୍କ ଘରେ ପଶିଛି ଭିଜିଲାନ୍ସ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କେନ୍ଦ୍ରାପଡ଼ାର ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ଘରେ ରେଡ୍ । ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ । ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ କୁମାର ମହାପାତ୍ରଙ୍କ ଘରେ ରେଡ୍ ହୋଇଛି ।

କେନ୍ଦ୍ରାପଡ଼ାରେ ତାଙ୍କ କାର୍ଯ୍ୟାଳୟ, କଟକସ୍ଥିତ କଲ୍ୟାଣୀନଗର ଏବଂ ଭୁନନେଶ୍ୱରର ଲିଙ୍ଗିପୁର ସମେତ ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ ଜାରି ରହିଛି। ପ୍ରଦୀପଙ୍କ କଟକ ନୂଆପଡ଼ାରେ ଥିବା ପୈତୃକ ଘର ସମେତ କଟକ ମଧୁପାଟଣାରେ ଥିବା ଘର, ଭୁବନେଶ୍ୱର ଲିଙ୍ଗିପୁରରେ ଥିବା ୨ ମହଲା କୋଠା, କଟକ କଲ୍ୟାଣପୁରରେ ଥିବା ସମ୍ପର୍କୀୟ ଘର ଓ କେନ୍ଦ୍ରାପଡ଼ାଥିବା ଘର ଓ ଅଫିସରେ ଚଢ଼ାଉ କରାଯାଇଛି।

ଚଢ଼ାଉ ଜାରି ରହିଥିବାରୁ ପ୍ରଦୀପଙ୍କର କେତେ ଟଙ୍କାର ସମ୍ପତ୍ତି ରହିଛି ତାହା ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ। ରେଡ୍‌ ସରିବା ପରେ ହିଁ ଏ ସମ୍ପର୍କରେ ସବିଶେଷ ତଥ୍ୟ ମିଳିପାରିବ ବୋଲି ଜଣେ ଭିଜିଲାନ୍ସ ଅଧିକାରୀ କହିଛନ୍ତି। ଏହି ଚଢ଼ାଉରେ ୪ ଜଣ ଡିଏସପି, ୫ ଜଣ ଇନ୍ସପେକ୍ଟର ସହ ଅନ୍ୟ ଭିଜିଲାନ୍ସଅଧିକାରୀ ସାମିଲ ହୋଇଛନ୍ତି। ପ୍ରଦୀପ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା କୋର୍ଟରେ ଏକାଧିକ ପିଟିସନ ହୋଇଥିଲା। ପରେ ଘଟଣା ତଦନ୍ତ କରାଯାଇ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।

Comments are closed.