Latest Odisha News

BREAKING NEWS

ପୋଲିସ ଡିଜି ଭାବେ ଦାୟିତ୍ୱ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୱାୟି.ବି ଖୁରାନିଆ

ଭୁବନେଶ୍ବର: ଆଜି ଅପରାହ୍ନରେ ନୂଆ ପୋଲିସ ଡିଜି ଭାବେ ଦାୟିତ୍ବ ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ୱାୟି. ବି ଖୁରାନିଆ । ସନ୍ଧ୍ୟାରେ ଲୋକସେବା ଭବନ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ଖୁରାନିଆ ।

ସୂଚନାଯୋଗ୍ୟ, ୧୯୯୦ ବ୍ୟାଚ୍ ଆଇପିଏସ୍ ଅଫିସର ଯୋଗେଶ ବାହାଦୂର ଖୁରାନିଆ ଓଡ଼ିଶାର ନୂଆ ପୋଲିସ ଡିଜି ଭାବେ ଆଜି ଦାୟିତ୍ବ ଗ୍ରହଣ କରିଛନ୍ତି । ରାଜ୍ୟ ପୋଲିସ ମୁଖ୍ୟାଳୟରେ ସେ ଡିଜିପି ଭାବେ ଦାୟିତ୍ବ ଗ୍ରହଣ କରିଥିଲେ ।

ଦାୟିତ୍ୱ ଗ୍ରହଣ ପରେ ଗଣମାଧ୍ୟମକୁ ନିଜର ପ୍ରତିକ୍ରିୟା ଦେଇ ଡିଜିପି ଖୁରାନିଆ କହିଥିଲେ ଯେ, ଓଡିଶା ପୋଲିସର ସ୍ଵତନ୍ତ୍ର ଗରିମା ଏବଂ ଗୌରବ ରହିଛି । ପୋଲିସର ମୁଖିଆ ଭାବେ ଦାୟିତ୍ଵ ଗ୍ରହଣ କରି ନିଜକୁ ଗୌରବାନ୍ଵିତ ମନେ କରିବା ସହ ରାଜ୍ୟବାସୀଙ୍କୁ ଉନ୍ନତ ମାନର ପୋଲିସ ସେବା ଯୋଗାଇବା ସବୁଠୁ ବଡ କର୍ତ୍ତବ୍ୟ ବୋଲି ମତବ୍ୟକ୍ତ କରିଥିଲେ ।

Comments are closed.