Latest Odisha News

ବଜ୍ରପାତରେ ୬ ଜଣଙ୍କ ମୃତ୍ୟୁ ଘଟଣା; ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ୱର: ରାଜ୍ୟର ୫ଟି ଜିଲ୍ଲାରେ ବଜ୍ରପାତ ଘଟି ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସମବେଦନା ପ୍ରକାଶ କରିଛନ୍ତି।

ବଜ୍ରପାତ ଯୋଗୁଁ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନା ଅନୁଯାୟୀ, କେନ୍ଦ୍ରାପଡ଼ା ଜିଲ୍ଲାରେ ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ବାଲେଶ୍ବର, ଭଦ୍ରକ, ଯାଜପୁର ଓ ସୁବର୍ଣ୍ଣପୁର ଜିଲ୍ଲାରେ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି।

ଏଥିସହିତ ମୁଖ୍ୟମନ୍ତ୍ରୀ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ସେମାନଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି କହିଛନ୍ତି।

ସୂଚନାଯୋଗ୍ୟ, ଗତକାଲି ବଜ୍ରପାତରେ ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହିତ ସହାୟତା ଘୋଷଣା କରିଥିଲେ।

Comments are closed.