Latest Odisha News

BREAKING NEWS

ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷିବ, ଆସନ୍ତା ଦୁଇ ଦିନ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା

ଭୁବନେଶ୍ବର: ଦକ୍ଷିଣ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବଂ ସକ୍ରିୟ ମୌସୁମୀ ପ୍ରଭାବରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମଧରଣ ବର୍ଷା ହୋଇଛି। ଆଜି ରାଜ୍ୟରେ ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ଦୁଇ ଦିନ ମଧ୍ୟ ଉତ୍ତର ଓଡ଼ିଶା ସମେତ ଅନ୍ୟ କିଛି ଜିଲ୍ଲାରେ ଏଭଳି ପାଗ ଲାଗିରହିବ। କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡା ଓ ସମ୍ବଲପୁରର ବିଭିନ୍ନ ସ୍ଥାନରେ ୭୦ରୁ ୧୧୦ ମିମି ଯାଏଁ ବର୍ଷା ସମ୍ଭାବନା ଅଛି।

ଆସନ୍ତା ଦୁଇ ଦିନ ମଧ୍ୟ ଉତ୍ତର ଓଡ଼ିଶା ସମେତ ଅନ୍ୟ କିଛି ଜିଲ୍ଲାରେ ଏଭଳି ପାଗ ଲାଗିରହିବ। ମଙ୍ଗଳବାର ସକାଳ ସୁଦ୍ଧା ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, କୋରାପୁଟ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।

୨୦ ତାରିଖରେ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ପରବର୍ତ୍ତୀ ଦୁଇ ଦିନ ବର୍ଷା ପରିମାଣ ସାମାନ୍ୟ କମିବାକୁ ଥିବା ବେଳେ ୨୩ ତାରିଖଠାରୁ ବର୍ଷା ପୁଣି ବଢ଼ିବ। ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Comments are closed.