Latest Odisha News

୫ ଜିଲ୍ଲାରେ ତୁହାକୁ ତୁହା ପ୍ରବଳ ବର୍ଷା, ଜାରି ହେଲା ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ମୌସୁମୀ ଜନିତ ନିମ୍ନଚାପରେଖା ଲଘୁଚାପ କେନ୍ଦ୍ରସ୍ଥଳ ଦକ୍ଷିଣ ବାଂଲାଦେଶ ଏବଂ ତତ୍‌ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି। ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର କେତେକ ଅଞ୍ଚଳ ଏବଂ ଦକ୍ଷିଣ ଓଡ଼ିଶାର ଅଳ୍ପ କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ।

ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆଜି କେତେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। କେତେକ ଅଞ୍ଚଳରେ ବର୍ଷାର ପରିମାଣ କମିପାରେ। ମଙ୍ଗଳବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଆଦି ୭ ଜିଲ୍ଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଉକ୍ତ ଜିଲ୍ଲା ଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସତର୍କ ରହିବା ପାଇଁ ଏସଆରସି ସତ୍ୟବ୍ରତ ସାହୁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାୟଗଡାରେ ସୋମବାର ୪୨ ମିମି ବର୍ଷା ହୋଇଛି। ଟିଟିଲାଗଡ, କେନ୍ଦ୍ରାପଡା, ମାଲକାନଗିରି, କୋରାପୁଟ ଏବଂ ତାଳଚେର ଆଦି ଅଞ୍ଚଳରେ ବର୍ଷା ହୋଇଛି।

Comments are closed.