Latest Odisha News

BREAKING NEWS

ସାରା ରାଜ୍ୟରେ ପ୍ରବଳ ବର୍ଷା: ବିଜୁଳି-ଘଡ଼ଘଡ଼ି ଆଶଙ୍କା, ଏହି ସବୁ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ମୌସୁମୀ ଜନିତ ନିମ୍ନଚାପରେଖା ଲଘୁଚାପ କେନ୍ଦ୍ରସ୍ଥଳ ଦକ୍ଷିଣ ବାଂଲାଦେଶ ଏବଂ ତତ୍‌ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି। ଏହାର ପ୍ରଭାବରେ ଆଜି ସାରା ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ବିଜୁଳି ଘଡଘଡି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି।

ରାଜ୍ୟରେ ଆସନ୍ତା ସପ୍ତାହେ ଯାଏ ପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ଆଜି ରାଜ୍ୟର ପ୍ରାୟ ୨୪ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅଧିକାଂଶ ଜିଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହେବାକୁ ଥିବାରୁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଦେଇଛି। ସେହିଭଳି କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ିର ଆଶଙ୍କା ରହିଛି।

ଏସବୁ ଜିଲ୍ଲାଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୋଳ, ଢ଼େଙ୍କାନାଳ, କଟକ, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ଗଜପତି, ବାଲେଶ୍ୱର, ନୂଆପଡ଼ା, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ଜଗତ୍‌ସିଂହପୁର, ଯାଜପୁର, ପୁରୀ, କେନ୍ଦ୍ରାପଡ଼ା ଓ ଭଦ୍ରକ। ଗୁରୁବାର ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି।

Comments are closed.