Latest Odisha News

ମଧ୍ୟାହ୍ନ ଭୋଜନ ସହାୟତା ରାଶି ବୃଦ୍ଧି; ମିଲ୍‌ ପିଛା ଏତିକି ଟଙ୍କା ବଢିଲା..

ଭୁବନେଶ୍ବର: ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନ ସହାୟତା ରାଶି ବୃଦ୍ଧି କରାଯିବ । ପ୍ରତି ମିଲ୍ ପିଛା ୧ ଟଙ୍କା ବୃଦ୍ଧି କରାଯିବ । ତେବେ ଦରଦାମ ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାର ଏଭଳି ନିଷ୍ପତ୍ତି ନେଇଥିବା ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।

ସୂଚନାଯୋଗ୍ୟ, ଅନେକ ଦିନ ହେବ ମଧ୍ୟାହ୍ନ ଭୋଜନ ସହାୟତା ରାଶି ବୃଦ୍ଧି କରିବାକୁ ଦାବି ହେଇ ଆସୁଥିଲା । ମଧ୍ୟାହ୍ନ ଭୋଜନରେ କମ ପଇସା ମିଳୁଥିବାରୁ ଏହାକୁ ନେଇ ଅନେକ ସମୟରେ ଅସନ୍ତୋଷ ମଧ୍ୟ ଦେଖା ଦେଉଥିଲା । ଶେଷରେ ଏହି ସହାୟତା ରାଶିର ପରିମାଣ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର ।

Comments are closed.