Latest Odisha News

BREAKING NEWS

ଗଞ୍ଜାମ ସଡକ ଦୁର୍ଘଟଣା: ୨ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ: ଗଞ୍ଜାମ ସମ୍ବରଝୋଳ ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଯାଇଛି ୪ ଜଣଙ୍କର ପ୍ରାଣ, ୨୦ ଜଣ ଗୁରୁତର ଆହତ ହୋଇଛନ୍ତି ।  ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଜ ଏକ୍ସ ହ୍ୟାଣ୍ଡେଲରେ ଦୁଃଖ ପ୍ରକାଶ କରିବା ସହିତ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି । ଏଥିସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି । ସେହିପରି ଗୁରୁତର ଆହତଙ୍କୁ ୧ ଲକ୍ଷ ଲେଖାଏଁ କ୍ଷତିପୂରଣ ଦେବାକୁ ଘୋଷଣା କରିବା ସହିତ ଆହତଙ୍କ ଚିକିତ୍ସା ସଂପୂର୍ଣ୍ଣ ମାଗଣା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ସୂଚନାଯୋଗ୍ୟ, ଆଜି ସକାଳୁ ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ସମ୍ବରଝୋଳ ତଥା କଞ୍ଜୁରୁ ଛକଠାରେ ଏକ ତେଲ ଟ୍ୟାଙ୍କର ଗୋଟିଏ ଟ୍ରକ୍‌କୁ ଓଭରଟେକ କରିବାକୁ ଯାଇ ଯାତ୍ରୀବାହୀ ବସ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୨୦ ଜଣ ଗୁରୁତର ଆହତ ହୋଇଛନ୍ତି । ଯାତ୍ରୀବାହୀ ବସ୍ ‘ଖମ୍ବେଶ୍ୱରୀ’ ୪୦ରୁ ଅଧିକ ଯାତ୍ରୀ ଧରି ବ୍ରହ୍ମପୁର ଅଭିମୁଖେ ଯାଉଥିଲା ବେଳେ ଏଭଳି ମର୍ମନ୍ତୁଦ ଘଟଣା ଘଟିଥିଲା ।

Comments are closed.