Latest Odisha News

BREAKING NEWS

ଅଲିମ୍ପିକ୍ସ ବିଜୟୀ ଭାରତୀୟ ହକି ହିରୋଙ୍କୁ ସମ୍ବର୍ଦ୍ଧନା ଜଣାଇଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ନବୀନ ନିବାସରେ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ହକି ଦଳ ପହଞ୍ଚିଛନ୍ତି। ଏହି ଅବସରରେ ହକି ହିରୋଙ୍କୁ ସମ୍ବର୍ଦ୍ଧନା ଜଣାଇଛନ୍ତି ନବୀନ ପଟ୍ଟନାୟକ।

ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀଙ୍କ ନେତୃତ୍ୱରେ ଆଜି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଛନ୍ତି ଅଲିମ୍ପିକ ବିଜୟୀ ଭାରତୀୟ ହକି ଖେଳାଳି।

ସେ ଖେଳାଳିମାନଙ୍କୁ ବିଜୟ ପାଇଁ ଅଭିନନ୍ଦନ ଜଣାଇବା ସହ ଆଗାମୀ ଦିନରେ ଦେଶର ଗୌରବକୁ ଆହୁରି ଉଚ୍ଚାକୁ ନେବା ପାଇଁ ପରାମର୍ଶ ଦେଇଛନ୍ତି। ଆଗାମୀ ଅଲମ୍ପିକରେ ଓଡିଶା ତଥା ଭାରତ ହକିରେ ସୁନା ପଦକ ଆଶା ରଖିଛନ୍ତି ବୋଲି ସେ ପ୍ରକାଶ କରିଛନ୍ତି।

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଖେଳାଳି ମାନଙ୍କୁ ଉପାୟନ ଓ ରୁପା ତାରକସିର କୋଣାର୍କ ଚକ ଦେଇ ସମ୍ବର୍ଦ୍ଧିତ କରିଛନ୍ତି। ଖେଳାଳି ମାନେ ସେମାନଙ୍କ ସ୍ଵାକ୍ଷର ସମ୍ବଳିତ ଜର୍ସି ନବୀନ ପଟ୍ଟନାୟକଙ୍କୁ ପ୍ରଦାନ କରିଥିଲେ।

ତେବେ ଯେତେବେଳେ ହକି ପାଇଁ କେହି ପ୍ରୟୋଜକ ଆଗେଇ ଆସିନଥିଲେ ସେତେବେଳେ ନବୀନ ପଟ୍ଟନାୟକ ଏକ ଐତିହାସିକ ନିଷ୍ପତ୍ତି ନେଇଥିଲେ ଏବଂ ଓଡିଶା ଭାରତୀୟ ହକି ଦଳର ସ୍ପୋନସରସିପ୍ ଦାୟିତ୍ୱ ନେଇଥିଲା।

ଯାହାର ଫଳଶୃତି ସ୍ୱରୂପ ଆଜି ଅଲମ୍ପିକରେ ଭାରତୀୟ ହକି ଲଗାତାର ଦୁଇ ଥର ପଦକ ଜିତିବାରେ ସଫଳ ହୋଇପାରିଛି। ଓଡିଶାବାସୀଙ୍କ ସମର୍ଥନ ଯୋଗୁଁ ଭାରତୀୟ ହକି ତାର ହୃତ ଗୌରବ ଫେରିପାଇଛି ବୋଲି ଖେଳାଳୀ ମାନେ ପ୍ରକାଶ କରିବା ସହ ଧନ୍ୟବାଦ ଜଣାଇଥିଲେ।

 

Comments are closed.