Latest Odisha News

ବଡ ଖବର: ଆସିଲା ‘ସୁଭଦ୍ରା’ ଯୋଜନା ଏସଓପି

ଭୁବନେଶ୍ୱର: ରାଜ୍ୟର କୋଟି କୋଟି ମହିଳାଙ୍କ ପାଇଁ ବଡ ଖବର l ଆସିଲା ସୁଭଦ୍ରା ଯୋଜନା ଏସଓପି l ଗୃହରେ ସୁଭଦ୍ରା ଯୋଜନା ଏସଓପି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ l ଗତକାଲି କ୍ୟାବିନେଟ୍‌ରେ ଏସଓପି ପାରିତ ହୋଇଥିବା ନେଇ କହିଛନ୍ତି ମୁଖ୍ୟମନ୍ତ୍ରୀ l ୨୧ରୁ ୬୦ ବର୍ଷର ମହିଳାଙ୍କୁ ମିଳିବ ସୁଭଦ୍ରା ସହାୟତା l ଏଥିରେ ରାଜ୍ୟର ୧ କୋଟିରୁ ଅଧିକ ମହିଳା ଉପକୃତ ହେବେ l ହିତାଧିକାରୀଙ୍କୁ ପ୍ରଦାନ କରାଯିବ ସୁଭଦ୍ରା ଡେବିଟ୍‌ କାର୍ଡ l

ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା ମିଳିବ। ଡିବିଟି ମାଧ୍ୟମରେ ୨୧ରୁ ୬୦ ବର୍ଷ ମହିଳାଙ୍କ ଆକାଉଣ୍ଟକୁ ସିଧାସଳଖ ୫ ହଜାର ଟଙ୍କା ପ୍ରଦାନ କରାଯିବ। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ଏହି ଟଙ୍କା ପ୍ରଦାନ କରାଯିବ। ଅର୍ଥାତ ପ୍ରତିବର୍ଷ ୨ଥର, ୫ ବର୍ଷ ପର୍ଯ୍ୟନ୍ତ ଏହି ସହାୟତା ରାଶି ମିଳିବ। ଏହାଦ୍ୱାରା ରାଜ୍ୟର ୧ କୋଟିରୁ ଅଧିକ ମହିଳା ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଯୋଜନା ପାଇଁ ସରକାର ହିତାଧିକାରୀଙ୍କୁ ସୁଭଦ୍ରା ଡେବିଟ୍‌ କାର୍ଡ ପ୍ରଦାନ କରିବେ।

ଏଥିସହିତ ରାଜ୍ୟରେ ଡିଜିଟାଲ କାରବାରକୁ ପ୍ରୋତ୍ସାହନ ପାଇଁ ସରକାର ଅତିରିକ୍ତ ସହାୟତା ପ୍ରଦାନ କରିବେ। ସର୍ବାଧିକ ଡିଜିଟାଲ କାରବାର କରିଥିବା ହିତାଧିକାରୀଙ୍କୁ ଅତିରିକ୍ତ ୫ଶହ ପୁରସ୍କାର ସ୍ୱରୂପ ମିଳିବ। ପ୍ରତି ପଞ୍ଚାୟତର ୧୦୦ ଜଣ ହିତାଧିକାରୀଙ୍କୁ ଏହି ଅତିରିକ୍ତ ୫ଶହ ଟଙ୍କା ପାଇବେ।

ସୂଚନାଯୋଗ୍ୟ ଯେ, ସେପ୍ଟେମ୍ବର ୧୭ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ହିଁ ରାଜ୍ୟରେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ ହେବ । ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି ଉକ୍ତଦିନ ଓଡ଼ିଶା ଆସି ଏହି ଯୋଜନାର ଲୋକାର୍ପଣ କରିବେ । ଉକ୍ତଦିନ ୫ଲକ୍ଷ ମହିଳାଙ୍କୁ ଏହି ଯୋଜନାର ଭାଉଚର ଯୋଗାଇ ଦିଆଯିବ ।

 

Comments are closed.