Latest Odisha News

BREAKING NEWS

ଖୋଲିଲା ହୀରାକୁଦର ଆଉ ୮ଟି ଗେଟ୍

ସମ୍ବଲପୁର: ଉପର ମୁଣ୍ଡରେ ବର୍ଷା ଜାରି ରହିଥିବାରୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢିବାରେ ଲାଗିଛି । ଯାହାକୁ ନେଇ ଆଜି ହୀରାକୁଦ ଜଳଭଣ୍ଡାରର ଆଉ ୮ଟି ଗେଟ୍ ଖୋଲାଯାଇଛି । ଏହାକୁ ମିଶାଇ ମୋଟ ୧୪ ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ଏନେଇ ସୂଚନା ଦେଇଛନ୍ତି ହୀରାକୁଦ ମୁଖ୍ୟଯନ୍ତ୍ରୀ l

ବର୍ତ୍ତମାନ ହୀରାକୁଦ ଜଣଭଣ୍ଡାରର ବାମପାର୍ଶ୍ବ ଦେଇ ୯ଟି ଏବଂ ଦକ୍ଷୀଣପାର୍ଶ୍ବ ଦେଇ ୫ଟି ଗେଟ୍ ଦେଇ ଜଳ ନିଷ୍କାଷିତ ହେଉଛି ।

ଅନ୍ୟପଟେ, ଉତ୍ତର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତୁହାକୁ ତୁହା ବର୍ଷା ଜାରି ରହିଛି । ତେଣୁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇଛି ।

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର, ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ ଏବଂ କେନ୍ଦୁଝର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଶଙ୍କା କରିଛି ପାଣିପାଗ ବିଭାଗ ।

Comments are closed.