Latest Odisha News

BREAKING NEWS

ବିଚ୍‌ ରାସ୍ତାରେ ଯୁବକଙ୍କୁ ହାଣି ହତ୍ୟା, ଘଟଣାସ୍ଥଳରେ ଡିଜିପି

ଖୋର୍ଦ୍ଧା: ବିଚ୍‌ ରାସ୍ତାରେ ଯୁବକଙ୍କୁ ହାଣି ହତ୍ୟା । ଖୋର୍ଦ୍ଧା ଟାଉନ ଥାନା ଅଞ୍ଚଳ ବଜାରରେ ଜଣେ ଯୁବକକୁ ବିଚ୍ ରାସ୍ତାରେ ହାଣି ଅତି ନିର୍ମମ ଭାବରେ ହତ୍ୟା କରାଯାଇଛି । ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି ।

ମୃତକ ଯୁବକ ଜଣଙ୍କ ହେଉଛନ୍ତି ମୁକୁନ୍ଦପ୍ରସାଦ ଗାଁର ସାଜିଦ । ଆକ୍ରମଣରେ ସାଜିଦଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ହୋଇଥିଲା । ଗୁରୁତର ଅବସ୍ଥାରେ ସାଜିଦଙ୍କୁ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟପଟେ ଉକ୍ତ ଘଟଣା ପରେ ମୁକୁନ୍ଦପ୍ରସାଦରେ ପହଞ୍ଚିଛନ୍ତି ଡିଜିପି ଓ ଗୁଇନ୍ଦା ନିର୍ଦ୍ଦେଶକ । ଘଟଣାପରେ ଅଞ୍ଚଳରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ଲୋକଙ୍କୁ ଅପିଲ୍ କରିଛନ୍ତି ଡିଜିପି । ଆଇନକୁ କେହି ହାତକୁ ନିଅନ୍ତୁ ନାହିଁ । ଆଇନକୁ ହାତକୁ ନେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି ଡିଜିପି । ଅନ୍ୟପଟେ ସ୍ଥିତିକୁ ଦେଖି ଡିଜିପି ଓ ଗୁଇନ୍ଦା ନିର୍ଦ୍ଦେଶକ ସେଠାକୁ ଯାଇଥିବା ବେଳେ ଭାରତୀୟ ନାଗରିକ ସୁରକ୍ଷା ସଂହିତା (BNSS) ଧାରା୧୬୩ ଲାଗୁ କରାଯାଇଛି

 

Comments are closed.