Latest Odisha News

ମମତା ମହାନ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ମମତା ମହାନ୍ତ । ଏହି ଅବସରରେ ବିଧାନସଭା କକ୍ଷରେ ନବ ନିର୍ବାଚିତ ରାଜ୍ୟସଭା ସଦସ୍ୟ ମମତା ମହାନ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ଏହି ଅବସରରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ରବି ନାଏକ, ବରିଷ୍ଠ ବିଜେପି ନେତା ଜୟନାରାୟଣ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

ସୂଚନାଯୋଗ୍ୟ, ଗତ ୨୨ ତାରିଖରେ ଓଡ଼ିଶାରେ ଖାଲି ପଡ଼ିଥିବା ଏକମାତ୍ର ଆସନ ପାଇଁ ୨ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିଲେ । ବିଜେପି ଟିକଟରୁ ପୂର୍ବତନ ସାଂସଦ ମମତା ମହାନ୍ତ ଓ ସ୍ୱାଧୀନ ଭାବେ ବିଜେପି ନେତା ଜଗନ୍ନାଥ ପ୍ରଧାନ ମଧ୍ୟ ନାମାଙ୍କନ ଦାଖଲ କରିଥିଲେ । ହେଲେ ଜଗନ୍ନାଥ ପ୍ରଧାନ ଓହରିଯିବା ପରେ ରାଜ୍ୟସଭା ସାଂସଦ ଭାବେ ମମତା ମହାନ୍ତ ନିର୍ଦ୍ବନ୍ଦରେ ନିର୍ବାଚିତ ହୋଇଛନ୍ତି ।

ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ପରେ ବିଧାନସଭାରେ ରିଟର୍ନିଙ୍ଗ ଅଫିସରଙ୍କ ଠାରୁ ସାର୍ଟିଫିକେଟ ଗ୍ରହଣ କରିଛନ୍ତି ମମତା ମହାନ୍ତ ।

ବିଜେଡି ସମର୍ଥନରେ ରାଜ୍ୟସଭା ସାଂସଦ ଭାବେ ନିର୍ବାଚିତ ହୋଇଥିବା ମମତା ଗତ ଜୁଲାଇ ୩୧ ତାରିଖରେ ସାଂସଦ ପଦରୁ ଇସ୍ତଫା ଦେଇଥିଲେ ପରେ ସେ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଥିଲେ ।

Comments are closed.