Latest Odisha News

BREAKING NEWS

ଆସନ୍ତାକାଲି ବନ୍ଦ ରହିବ କୋରାପୁଟ ଜିଲ୍ଲାର ସମସ୍ତ ସ୍କୁଲ୍‌ ଓ ଅଙ୍ଗନବାଡ଼ି କେନ୍ଦ୍ର

କୋରାପୁଟ: କାଲି କୋରାପୁଟ ଜିଲ୍ଲାରେ ସ୍କୁଲ୍‌ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ । ବର୍ଷା ପାଇଁ ରେଡ୍‌ ୱାର୍ଣ୍ଣିଂ ଥିବାରୁ ଛୁଟି ଘୋଷଣା କଲେ ଜିଲ୍ଲାପାଳ । ଏଥିସହ ଅଗ୍ନିଶମ ଓ ଓଡ୍ରାଫ୍‌ ଟିମ୍‌କୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ବର୍ଷା ବେଳେ ଘରୁ ନବାହାରିବା ସହ ନିଜ ନିଜ ପକ୍କା ଘର କିମ୍ବା ଆଶ୍ରୟସ୍ଥଳରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋରାପୁଟ ଜିଲ୍ଲାପାଳ ।

ପୂର୍ବ କେନ୍ଦ୍ରୀୟ ଓ ସନ୍ନିକଟ ଉତ୍ତର ବଙ୍ଗୋପ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି l ଆଗାମୀ ୨ ଦିନରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଦେଇ ଗତି କରିବ । ଏହାର ପ୍ରଭାବରେ ଆସନ୍ତା ସେପ୍ଟେମ୍ବର ୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ ବୋଲି ସତର୍କ କରାଇଛି ପାଣିପାଗ ବିଭାଗ । ଅନ୍ୟପଟେ ଆସନ୍ତାକାଲି ପାଇଁ ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ l ମାଲକାନଗିରି, କୋରାପୁଟ, ଗଜପତି ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ କରାଯାଇଥିବା ବେଳେ ରାୟଗଡ଼ା, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ l ସେହିପରି ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, କନ୍ଧମାଳ, ସୁବର୍ଣ୍ଣପୁର, ବରଗଡ଼, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ ଓ ଜଗତସିଂହପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ l

Comments are closed.