Latest Odisha News

ଆସିଲା ରାଜ୍ୟ ସରକାରଙ୍କ ନୂଆ ଅବକାରୀ ନୀତ

ଭୁବନେଶ୍ୱର: ଆସିଲା ରାଜ୍ୟ ସରକାରଙ୍କ ନୂଆ ଅବକାରୀ ନୀତି । ୨୦୨୪ ସେପ୍ଟେମ୍ବର ୧ ତାରିଖରୁ ଏହି ନୂଆ ଅବକାରୀ ନୀତି ଲାଗୁ ହେବ । ଯାହା ଆସନ୍ତା ୨୦୨୫ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବଳବତ୍ତର ରହିବ । ଏଥିରେ ବେଆଇନ ମଦ କାରବାରକୁ ରୋକିବା ତଥା ମଦ୍ୟପାନ ସମ୍ପର୍କରେ ଜନ ସଚେତନତା ସୃଷ୍ଟି ପାଇଁ ନିମ୍ନଲିଖିତ ସର୍ତ୍ତ ମାନ ରଖା ଯାଇଛି I

ଚଳିତ ଆର୍ଥିକ ବର୍ଷରେ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ । ଗ୍ରାମାଞ୍ଚଳରେ କେବଳ ଥ୍ରୀ-ଷ୍ଟାର୍ ଏବଂ ତଦୁର୍ଦ୍ଧ ବର୍ଗର ହୋଟେଲ ବ୍ୟତୀତ କୌଣସି ନୂଆ ଅନ୍ ସପ୍ ଖୋଲା ଯିବାର ବ୍ୟବସ୍ତା କରାଯାଇନାହିଁ ।

ଚଳିତ ଆର୍ଥିକ ବର୍ଷରେ ପୂର୍ବରୁ ନବୀକରଣ ହୋଇନଥିବା ୫୭ ଗୋଟି ଅନ୍ ସପ୍ ର ପୁନଃ ନବୀକରଣ କରାଯିବନାହିଁ । ପ୍ରତିବର୍ଷ ବର୍ଦ୍ଧିତ ହେଉଥିବା ଏମଜିକ୍ୟୁ ଫ୍ୟାକ୍ଟର ର ଚଳିତ ବର୍ଷ ବର୍ଦ୍ଧିତ ହେବନାହିଁ । ବାର୍ ଗୁଡିକ କେବଳ ସଙ୍ଗୀତ ପରିବେଷଣ ର ଅନୁମତି ପାଇବେ । କିନ୍ତୁ ନୃତ୍ୟ ପରିବେଷଣ (ବାର୍ ଡ୍ୟାନ୍ସ)କୁ ଅନୁମତି ଦିଆଯିବ ନାହିଁ।

ନିଶା ସେବନ ବିରୁଦ୍ଧରେ ବ୍ୟାପକ ଜନସଚେତନତା ସୃଷ୍ଟି କରିବା ପାଇଁ ରାଜ୍ୟ ସରକାର ଏକ ସ୍ଵତନ୍ତ୍ର ପାଣ୍ଠିର ବ୍ୟବସ୍ଥା କରିଛନ୍ତି । ବେଆଇନ ମଦ କାରବାରକୁ ରୋକିବା ଏବଂ ଚଢ଼ାଉ ଜୋରଦାର କରିବା ପାଇଁ ନୂଆ ଅବକାରୀ କେନ୍ଦ୍ର ପ୍ରତିଷ୍ଠା ସହ ନୂଆ ନିଯୁକ୍ତି, କର୍ମଚାରୀଙ୍କୁ ତାଲିମ ଏବଂ ଅଧିକ ଯାନ ଯୋଗାଇବା ପାଇଁ ନୂଆ ଅବକାରୀ ନୀତିରେ ବ୍ୟବସ୍ଥା ରହିଛି I

Comments are closed.