Latest Odisha News

BREAKING NEWS

ରାଜ୍ୟରୁ ମୂଳପୋଛ କରାଯିବ ସମସ୍ତ ବେଆଇନ ମଦ କାରବାର: ଅବକାରୀ ମନ୍ତ୍ରୀ

ଭୁବନେଶ୍ୱର: ବେଆଇନ ମଦ କାରବାରକୁ ମୂଳପୋଛ କରିବାକୁ ଯୋରସୋରରେ ଲାଗିପଡିଛନ୍ତି ରାଜ୍ୟ ସରକାର । ଗଲା ମାସ ୨୦ ତାରିଖରୁ ଆରମ୍ଭ ହୋଇଥିବା ବେଆଇନ ମଦ ଭାଟିରେ ଚଢାଉ ଅଭିଯାନ ବର୍ତ୍ତମାନ ସୁଦ୍ଧା ଚାଲିଛି ।

ଏହି କ୍ରମରେ ସମଗ୍ର ରାଜ୍ୟର ୧୪୪୩ଟି ବେଆଇନ ମଦ ଭାଟିକୁ ଭାଙ୍ଗି ନଷ୍ଟ କରାଯିବା ସହ ପାଖାପାଖି ୧୦ ଟିରୁ ଉର୍ଦ୍ଧ୍ବ ଭାଟିକୁ ବୁଲଡୋଜର ଯୋଗେ ସମ୍ପୂର୍ଣ୍ଣ ରୂପେ ଧୂଳିସାତ କରାଯାଇଛି । ସେଥିମଧ୍ୟରୁ କେବଳ ରାଜଧାନୀ ଭୁବନେଶ୍ବରରେ ୫୧ଟି ବେଆଇନ ମଦ ଭାଟିକୁ ନଷ୍ଟ କରାଯାଇଛି ।

ଏହି ସମ୍ପର୍କରେ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ଯେ, ‘ପୂର୍ବରୁ ଚାଲି ଆସିଥିବା ଏହି ସମସ୍ତ ବେଆଇନ କାରବାର ଉପରେ ରାଜ୍ୟ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିବେ । ଆଗକୁ ଏହି ଭଳି ଅଭିଯାନକୁ ଆହୁରି ଜୋରଦାର କରାଯିବ ଏବଂ ସମସ୍ତ ବେଆଇନ କାରବାର ଉପରେ ରୋକ ଲଗାଯିବ’।

ରାଜ୍ୟସରକାରଙ୍କ ନିର୍ଦ୍ଦେଶକ୍ରମେ ପୂର୍ବରୁ ରହି ଆସିଥିବା ଏହି ବେଆଇନ ମଦ ଭାଟି ଓ ବିକ୍ରୟ କେନ୍ଦ୍ର ଗୁଡିକୁ ଅବକାରୀ ବିଭାଗର ବିଭିନ୍ନ ଟିମ୍ ପକ୍ଷରୁ ଖୋଜି ବାହାର କରିବା ସହିତ ସମ୍ପୂର୍ଣ୍ଣ ରୂପେ ଭାଙ୍ଗି ଦିଆଯାଉଛି ।

ଅବକାରୀ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ମଙ୍ଗଳବାର ସୁଦ୍ଧା ବେଆଇନ ମଦ କାରବାର ନେଇ ୩୬୧୮ ଟି ମାମଲା ରୁଜୁ ହୋଇଛି । ରାଜ୍ୟସରକାରଙ୍କ ନିର୍ଦ୍ଦେଶକ୍ରମେ ପୂର୍ବରୁ ରହି ଆସିଥିବା ଏହି ବେଆଇନ ମଦ ଭାଟି ଓ ବିକ୍ରୟ କେନ୍ଦ୍ର ଗୁଡିକୁ ଅବକାରୀ ବିଭାଗର ବିଭିନ୍ନ ଟିମ୍ ପକ୍ଷରୁ ଖୋଜି ବାହାର କରିବା ସହିତ ୧୫୧୯ ସ୍ଥାନରେ ଚଢ଼ାଉ କରାଯାଇ ୧୯୫୭ ଜଣକୁ ଗିରଫ କରାଯାଇଛି ।

ଏହି କ୍ରମରେ ୧ ଲକ୍ଷ ୮୩ ହଜାର ୬୬୯ ଲିଟର ବେଆଇନ ମଦ ଏବଂ ୧୭ ଲକ୍ଷ ୨୬ ହଜାର ୫୦୯ କେଜି ପ୍ରସ୍ତୁତି ସାମଗ୍ରୀ ଜବତ ହୋଇଛି । ଏଥି ସହ ବେଆଇନ କାର୍ଯ୍ୟରେ ବ୍ୟବହୃତ ୧୮୩ ଟି ଗାଡିକୁ ମଧ୍ୟ ଅବକାରୀ ବିଭାଗ ପକ୍ଷରୁ ଜବତ ହୋଇଛି ।

Comments are closed.