Latest Odisha News

ରାଜ୍ୟରେ ଭାଙ୍ଗିଲା ‘ସ୍ୱତନ୍ତ୍ର ଉନ୍ନୟନ ପରିଷଦ’

ଭୁବନେଶ୍ବର: ଆଉ ରହିବନି ‘ସ୍ୱତନ୍ତ୍ର ଉନ୍ନୟନ ପରିଷଦ’ । ରାଜ୍ୟର ସମସ୍ତ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଭଙ୍ଗ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଆଜି ମୋହନ ଚରଣ ମାଝୀଙ୍କ ନେତୃତ୍ୱାଧୀନ ବିଜେପି ସରକାର ସମ୍ପୂର୍ଣ୍ଣ ଉଚ୍ଛେଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ଏହା ଦ୍ୱାରା ରାଜ୍ୟରେ ଥିବା ସମସ୍ତ ୨୩ଟି ସ୍ବତନ୍ତ୍ର ଉନ୍ନୟନ ପରିଷଦର କାର୍ଯ୍ୟକାରିତା ଶେଷ ହୋଇଛି । ବିଜେଡି ସରକାରଙ୍କ ଶାସନ କାଳରେ ୨୦୧୭ ମସିହାରେ ଆଦିବାସୀ ଅଧ୍ୟୁଷିତ ଜିଲ୍ଲାରେ ୯ଟି ଏବଂ ୨୦୨୩ରେ ଆଉ ୧୪ଟି ଜିଲ୍ଲାରେ ‘ସ୍ୱତନ୍ତ୍ର ଉନ୍ନୟନ ପରିଷଦ’ ବା ସ୍ପେଶାଲ ଡେଭଲପମେଣ୍ଟ କାଉନସିଲ (ଏସଡିସି) ଗଠନ କରିଥିଲେ ।

Comments are closed.