Latest Odisha News

BREAKING NEWS

କେରଳ ଓ ତ୍ରିପୁରାକୁ ସହାୟତାର ହାତ ବଢ଼ାଇଲା ଓଡ଼ିଶା

ଭୁବନେଶ୍ଵର:  କେରଳ ଓ ତ୍ରିପୁରାକୁ ସହାୟତାର ହାତ ବଢ଼ାଇଲା ଓଡ଼ିଶା । ଉଭୟ ରାଜ୍ୟକୁ ୫ କୋଟି ଟଙ୍କା ଲେଖାଏଁ ଦେବ ଓଡ଼ିଶା । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଯୋଗାଇ ଦିଆଯିବ ଏହି ସହାୟତା ରାଶି । ପ୍ରାକୃତିକ ବିପର୍ଯ୍ୟୟ ପରେ ପୁନରୁଦ୍ଧାର ଓ ପୁନଃନିର୍ମାଣ ପାଇଁ ଏହି ସହାୟତା ଯୋଗାଇଦେବ ଓଡିଶା । ଏନେଇ ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସଂଧ୍ୟାରେ କେରଳର ମୁଖ୍ୟମନ୍ତ୍ରୀ ଶ୍ରୀ ପିନାରାଇ ବିଜୟନ ଓ ତ୍ରିପୁରାର ମୁଖ୍ୟମନ୍ତ୍ରୀ ଶ୍ରୀ ମାନିକ ଶାହାଙ୍କ ସହିତ ଫୋନ ଯୋଗେ ଆଲୋଚନା କରି ଉଭୟ ରାଜ୍ୟରେ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ଘଟିଥିବା କ୍ଷୟକ୍ଷତି ପାଇଁ ସମବେଦନା ପ୍ରକାଶ କରିଛନ୍ତି । ଉଭୟ ରାଜ୍ୟରେ ବିପର୍ଯ୍ୟୟ ପରବର୍ତ୍ତୀ ପୁନରୁଦ୍ଧାର ଓ ପୁନନିର୍ମାଣ କାର୍ଯ୍ୟ ପାଇଁ ଓଡିଶା ସହଯୋଗର ହାତ ବଢାଇବା ପାଇଁ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଲୋଚନା ସମୟରେ କହିଥିଲେ ।

ସୂଚନାଯୋଗ୍ୟ ଯେ ଗତ ମାସରେ ଉଭୟ ରାଜ୍ୟ ପ୍ରଳୟଙ୍କରୀ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲେ । କେରଳରେ ଭୂସ୍ଖଳନ ଓ ତ୍ରିପୁରାରେ ବନ୍ୟା ଯୋଗୁଁ ବ୍ୟାପକ ଧନଜୀବନ ନଷ୍ଟ ହୋଇଛି ।

 

Comments are closed.