Latest Odisha News

BREAKING NEWS

ଫିକା ପଡ଼ିବ ଗଣେଶ ପୂଜା: ୪ ଦିନ ଯାଏ ପ୍ରବଳ ବର୍ଷା, ୨୧ ଜିଲ୍ଲାକୁ ୱାର୍ଣ୍ଣିଂ

ଭୁବନେଶ୍ୱର: ଫିକା ପଡିବ ଗଣେଶ ପୂଜା। ରାଜ୍ୟରେ ଗଣେଶ ପୂଜାକୁ ନେଇ ଚାରିଆଡେ ଉତ୍ସାହର ମାହୋଲ ଥିବା ବେଳେ ବର୍ଷା ପାଇଁ ଫିକା ପଡିପାରେ ଗଣେଶ ପୂଜା। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ସୃଷ୍ଟ ଲଘୁଚାପ ଯୋଗୁଁ ଆଜିଠୁ ପ୍ରବଳ ବର୍ଷା। ଆଜିଠୁ ୪ ଦିନ ଯାଏଁ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ଆଜି ୨୧ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ୱାର୍ଣ୍ଣିଂ ଜାରି କରିଛି।

ଆଜି ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଛି। ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ। ଏହା କ୍ରମଶଃ ଉତ୍ତର ଦିଗରେ ଗତି କରିବ। ୯ ତାରିଖରେ ଘନୀଭୂତ ହୋଇ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନବର୍ତ୍ତୀ ଉତ୍ତର ଓଡ଼ିଶାରେ ଅବପାତରେ ପରିଣତ ହେବ।

ପରେ ୩ରୁ ୪ ଦିନ ମଧ୍ୟରେ ପଶ୍ଚିମ ଓ ଉତ୍ତରପଶ୍ଚିମ ଦିଗରେ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପକୂଳ ଅତିକ୍ରମ କରିବ। ଲଘୁଚାପ ପ୍ରଭାବରେ ୧୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷିବ। ୯ ତାରିଖରୁ ପ୍ରବଳ ବର୍ଷା ସହ ପବନର ବେଗ ବଢିବ। କାଲିଠୁ ୧୦ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ମନା କରାଯାଇଛି।

Comments are closed.