Latest Odisha News

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଆହୁରି ୨ ଦିନ ପ୍ରବଳ ବର୍ଷା

ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଛି ଅବପାତ। ଏହାପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା, ଝାଡଖଣ୍ଡ ଦେଇ ଛତିଶଗଡ଼ ମୁହାଁ ହେବ। ପ୍ରଭାବରେ ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ନିର୍ଧୁମ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ସୃଷ୍ଟ ଅବପାତ ଫଳରେ ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ଦକ୍ଷିଣ ଓ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଆଜି ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ଏଥି ସହ ୯ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଆସନ୍ତାକାଲି ପାଇଁ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଛି। କଳାହାଣ୍ଡି, କନ୍ଧମାଳ,ବୌଦ୍ଧ,ଗଜପତି,ଗଞ୍ଜାମ, ନୟାଗଡ଼,ଖୋର୍ଦ୍ଧା ପୁରୀ ,କଟକକୁ ସତର୍କତା ଜାରି କରାଯାଇଛି। ସେହିଭଳି ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Comments are closed.