Latest Odisha News

ଗଭୀର ଅବପାତର ରୂପ ନେଲା ଅବପାତ, ଭୀଷଣ ବର୍ଷା ନେଇ ଆଜି ୫ ଜିଲ୍ଲାକୁ ରେଡ଼୍ ଆଲର୍ଟ

ଭୁବନେଶ୍ୱର: ଗଭୀର ଅବପାତର ରୂପ ନେଲା ଅବପାତ । ବଙ୍ଗୋପସାଗରରେ ଗଭୀର ଅବପାତ। ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଥିବା ଅବପାତ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି । ପୁରୀଠାରୁ ୧୧୦ କିମି ଦୂରରେ ରହିଛି ଗଭୀର ଅବପାତ । ଗୋପାଳପୁରରୁ ୧୫୦ ଓ ପାରାଦୀପରୁ ୧୬୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି ଅବପାତ । ଏହା ଘଣ୍ଟା ପ୍ରତି ୭ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି।

ମଧ୍ୟାହ୍ନରେ ପୁରୀ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି। ଭୀଷଣ ବର୍ଷା ପାଇଁ ଆଜି ୫ ଜିଲ୍ଲା ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, କଟକ ଓ ଢେଙ୍କାନାଳକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି। ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ପ୍ରବଳ ବର୍ଷା ପାଇଁ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଆସନ୍ତା ୧୧ ପର୍ଯ୍ୟନ୍ତ ସମୁଦ୍ର ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

ଧାମରା, ପାରାଦୀପ, ପୁରୀ ଏବଂ ଗୋପାଳପୁର ପୋର୍ଟକୁ ୩ ନମ୍ବର ବିପଦ ସଂକେତ ଜାରି କରାଯାଇଛି। ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର। ପ୍ରବଳ ବର୍ଷା ଯୋଗୁଁ ଉପକୂଳ ଜିଲ୍ଲାର ତଳି ଅଞ୍ଚଳରେ ପାଣି ପଶିବାର ସମ୍ଭାବନା ରହିଛି। ତେବେ ଆଜି ପାଇଁ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

 

Comments are closed.