Latest Odisha News

BREAKING NEWS

୧୩ରେ ପୁଣି ଏକ ଲଘୁଚାପ, ଆଜିଠୁ ଦକ୍ଷିଣ ଓଡ଼ିଶାରେ ନାହିଁ ବର୍ଷା

ଭୁବନେଶ୍ୱର: ଆସନ୍ତା ୧୨ ତାରିଖରେ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୧୩ ତାରିଖ ବେଳକୁ ଏହା ଲଘୁଚାପର ରୂପ ନେବ। ପରେ ୨୪ରୁ ୪୮ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହୋଇପାରେ। ଏହାର ପ୍ରଭାବରେ ୧୩ରୁ ୧୫ ତାରିଖ ମଧ୍ୟରେ ବାଲେଶ୍ବର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି।

ଯଦି ଲଘୁଚାପଟି ଦକ୍ଷିଣ ପଶ୍ଚିମବଙ୍ଗରେ ସୃଷ୍ଟି ହୁଏ, ତେବେ ଏହି ୩ଟି ଜିଲ୍ଲା ସହିତ ଭଦ୍ରକ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, ଦେବଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବ। ୧୬ ତାରିଖରେ ଉତ୍ତର-ପଶ୍ଚିମ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି। ଅନ୍ୟପଟେ ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାରେ ବିଶେଷ ବର୍ଷା ସମ୍ଭାବନା ନାହିଁ। ସ୍ବାଭାବିକଠାରୁ ଅଧା ବର୍ଷା ହୋଇପାରେ।

ସପ୍ତାହକ ମଧ୍ୟରେ ଖୋର୍ଦ୍ଧା, ପୁରୀ, ନୟାଗଡ଼, ଅନୁଗୁଳ, ବୌଦ୍ଧ, ସମ୍ବଲପୁର‌ ଜିଲ୍ଲାରେ ହାଲୁକା ବର୍ଷା ହେବ। ଅନ୍ୟପକ୍ଷରେ ଗତକାଲି ଓଡ଼ିଶା ଉପରେ ଥିବା ଗଭୀର ଅବପାତ ଆଜି ଦୁର୍ବଳ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ଉତ୍ତର ଓଡ଼ିଶାର କେତେକ ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପା‌ରେ। ୧୨ ତାରିଖଠାରୁ ବର୍ଷା ପରିମାଣ ବଢ଼ିବ। ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବା ଉତ୍ତର ଉପକୂଳ ସମେତ କଟକ, ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ାରେ ଘଡ଼ଘଡ଼ି ସହ ବଜ୍ରପାତ ହେବା ନେଇ ଆକଳନ କରାଯାଇଛି।

Comments are closed.