Latest Odisha News

ଗଣେଶ ମୂର୍ତ୍ତି ଭସାଣି ବେଳେ ଛୁରାମାଡ଼: ଜଣେ ମୃତ, ୩ ଗୁରୁତର

ଆଠଗଡ଼: ଗଣେଶ ମୂର୍ତ୍ତି ଭସାଣି ବେଳେ ଛୁରାମାଡ଼, ଜଣେ ମୃତ। କଟକ ଜିଲ୍ଲା ଖୁଣ୍ଟୁଣୀ ଥାନା ଧୁରୁସିଆ ଗାଁରେ ଗଣେଶ ମୂର୍ତ୍ତି ଭସାଣ ବେଳେ ଘଟିଛି ଏହି ଅଘଟଣ। ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଛୁରାମାଡ଼ ହୋଇଛି। ଆଉ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। କଟକ ମେଡିକାଲରେ ଜଣଙ୍କୁ ଭର୍ତ୍ତି କରାଯାଇଛି। ଏହି ଘଟଣା ପରେ ଗାଁରେ ଉତ୍ତେଜନା ଲାଗି ରହିଛି।

ଗଣେଶ ମୂର୍ତ୍ତି ଭସାଣି ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏହି ସଂଘର୍ଷରେ ଅନ୍ୟ ୨ ଗୁରୁତର ଘରେ ଚିକିତ୍ସିତ ହେଉଛନ୍ତି। ମୃତକ ଜଣଙ୍କ ନାବାଳକ ବୋଲି ସୂଚନା ରହିଛି। ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ଗୋପାଳ ସାହି ଓ ଧୁରୁସିଆ ଗାଁରେ ଗଣେଶ ମୂର୍ତ୍ତି ଭସାଣି ହେଉଥିଲା ଏହି ସମୟରେ ଦୁଇ ଗାଁର ପିଲା ମୁହାଁମୁହିଁ ହୋଇଥିଲେ।

ପରେ ଉଭୟ ଗୋଷ୍ଠୀ ମଧ୍ୟରେ ବଚସା ହୋଇଥିଲା। ଏହି ବଚସା ଉଗ୍ର ରୂପ ନେଇଥିଲା। ଉଭୟ ଗୋଷ୍ଠୀ ମଧ୍ୟରେ ଛୁରା ଓ ଭୁଜାଲି ଆକ୍ରମଣ ହୋଇଥିଲା। ପୁଲିସ ପହଞ୍ଚିବା ପରେ ଉତ୍ତେଜନା ଥମିଥିଲା। ପୁଲିସ ଏହି ଘଟଣାରେ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ଓ ଘଟଣାର ତଦନ୍ତ କରୁଛି।

Comments are closed.