Latest Odisha News

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଞ୍ଜନଗର ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁଙ୍କ ଘର ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି ।

ତେବେ ପ୍ରସନ୍ନ କୁମାରଙ୍କ ବିରୋଧରେ ଗତ କିଛି ଦିନ ହେବ ଆୟବର୍ହିଭୂତ ସମ୍ପତ୍ତି ଠୁଳ ନେଇ ଅଭିଯୋଗ ଥିଲା । ଏନେଇ ତାଙ୍କର ଗତିବିଧି ଉପରେ ନଜର ରଖିଥିଲା ଭିଜିଲାନ୍ସ ଟିମ୍ । ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ତାଙ୍କ ଘରେ ଚଢ଼ାଉ କରିଛନ୍ତି ।

ବ୍ରହ୍ମପୁର ଭିଜିଲାନ୍ସ ଏସପିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ରସନ୍ନଙ୍କ ଭଞ୍ଜନଗର କୁଲାଡ଼ ସ୍ଥିତ ବାସଭବନ, ଭଞ୍ଜନଗରର ଆଖପାଖରେ ଥିବା ୭ଟି ସ୍ଥାନ ଓ ବ୍ରହ୍ମପୁରରେ ଥିବା ଘର ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି ।

Comments are closed.