Latest Odisha News

ରାସନ କାର୍ଡକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର: ରାସନକାର୍ଡକୁ ନେଇ ଆସିଲା ବଡ ଅପଡେଟ୍ । ବିଧାନସଭାରେ ବିଧାୟିକା ସୋଫିଆ ଫିରର୍ଦ୍ଦୋସଙ୍କ ପ୍ରଶ୍ନରେ ଉତ୍ତର ରଖି ଖାଦ୍ୟ ଯୋଗାଣ ଓ ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ କଷ୍ଣଚନ୍ଦ୍ର ପାତ୍ର କହିଛନ୍ତି ଯେ, ୨୦୧୬-୧୭ରୁ ବର୍ତ୍ତମାନ ପର୍ଯ୍ୟନ୍ତ ରାସନ କାର୍ଡରୁ ୧୬ ଲକ୍ଷ ୨୭ ହଜାର ୯୨୦ ଜଣଙ୍କ ନାଁ ହଟାଯାଇଛି ।

ମନ୍ତ୍ରୀ ଆହୁରି କହିଛନ୍ତି, ଆଉ ଯେଉଁମାନେ ଏହି ସୁଯୋଗର ଲାଭ ପାଇବାରୁ ବଞ୍ଚିତ ହୋଇଛନ୍ତି ତାଙ୍କୁ ଏଥିରେ ତାଲିକାଭୁକ୍ତ କରାଯାଉଛି । ରାଜ୍ୟ ସରକାର ନିକଟରେ ରାସନ କାର୍ଡରେ ଥିବା ସବୁ କାର୍ଡଧାରୀଙ୍କୁ ଆଧାର ସହ ଇ-କଓ୍ବୋଇସି ଲିଙ୍କ୍‌ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଯାହାଦ୍ୱାରା ଆଗକୁ ଆହୁରି ଅଯୋଗ୍ୟ କାର୍ଡଧାରୀଙ୍କ ନାମକୁ ହଟାଯାଇ ପାରିବ ।

ବିଧାୟିକା ସୋଫିଆ ଫିର୍ଦ୍ଦୋସଙ୍କ ପ୍ରଶ୍ନରେ ଯୋଗାଣ ମନ୍ତ୍ରୀଙ୍କ ଉତ୍ତର । ‘୨୨ ଅଗଷ୍ଟରୁ ଇ-କେଓ୍ବାଇସି ଚାଲିଛି, ଏହା ଡିସେମ୍ବର ପର୍ଯ୍ୟନ୍ତ ଚାଲିବ’ । ‘ପ୍ରବାସୀମାନେ ଯେଉଁଠାରେ ଅଛନ୍ତି ସେଠାରେ ଇ-କେଓ୍ବାଇସି କରିପାରିବେ’ । ସେନେଇ ‘ଓଡ଼ିଶା ଆସିବା ଦରକାର ନାହିଁ, ଯେଉଁଠି ଚାହିଁବେ ଉକ୍ତ ସେଣ୍ଟରକୁ ଯାଇ ମେସିନରେ ଫିଙ୍ଗରପ୍ରିଣ୍ଟ ଦେଇ ଇ-କେଓ୍ବାଇସି କରିପାରିବେ ବୋଲି ମନ୍ତ୍ରୀ କହିଛନ୍ତି ।

Comments are closed.