Latest Odisha News

BREAKING NEWS

ଅଲିଭ୍‌ ରିଡ଼ଲେ କଇଁଛ ସଂରକ୍ଷଣ ଓ ସୁରକ୍ଷା ନିମନ୍ତେ ବ୍ୟାପକ ପ୍ରଶାସନିକ ପ୍ରସ୍ତୁତି

ଭୁବନେଶ୍ୱର: ଓଡିଶା ଉପକୂଳରେ ଅଲିଭ ରିଡ଼ଲେ କଇଁଛଙ୍କ ପ୍ରଜନନ ସମୟରେ ସଂରକ୍ଷଣ ଓ ସୁରକ୍ଷା ନିମନ୍ତେ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଏଥି ନିମନ୍ତେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ସବିଶେଷ ଆଲୋଚନା ହୋଇଛି । ଅଲିଭ୍‌ ରିଡ଼ଲେଙ୍କ ସୁରକ୍ଷା ପାଇଁ ସମୁଦ୍ରରୁ ମାଛ ଧରିବା ନେଇ କଟକଟା କରାଯାଇଛି। ମତ୍ସଜୀବୀମାନଙ୍କୁ ଉପକୂଳଠାରୁ ସମୁଦ୍ର ଭିତରକୁ ୨୦ କିଲୋମିଟର ପର୍ଯ୍ୟନ୍ତ ଆଗାମୀ ମେ’ ୩୧ ଯାଏଁ ମାଛ ନଧରିବା ପାଇଁ ମତ୍ସଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

BjdElectrycity

ଅଲିଭ ରିଡଲେଙ୍କ ସୁରକ୍ଷା ପାଇଁ ଋଷିକୂଲ୍ୟା, ଗହୀରମଥା ଓ ଦେବୀନଦୀ ମୁହାଣରେ ମୋଟ ୬୬ଟି ଶିବିର ଖୋଲଯିବ। ଏହି ଶିବିରଗୁଡ଼ିକରେ ବନ ବିଭାଗର କର୍ମଚାରୀଙ୍କୁ ମୁତୟନ କରାଯିବ। ଏମାନେ ଅଲିଭ ରିଡଲେଙ୍କ ସୁରକ୍ଷା ପାଇଁ ଦାୟିତ୍ୱ ନେବେ।

ପ୍ରାୟ ୭ ମାସ ଯାଏଁ ମତ୍ସଜୀବୀମାନେ ସମୁଦ୍ରରୁ ମାଛ ନଧରିବା ପରେ ସେମାନଙ୍କ ଆର୍ଥିକ ଅବସ୍ଥା ଦୁର୍ବଳ ହୋଇଯିବ। ତେଣୁ ପ୍ରଶାସନ ତରଫରୁ ସଂପୃକ୍ତ ମତ୍ସଜୀବୀ ପରିବାରକୁ ମାସିକ ୭ ହଜାର ୫୦୦ ଟଙ୍କା ଆର୍ଥିକ ସହଯୋଗ ଦିଆଯିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ବୈଠକ ପରେ ପିସିସିଏଫ (ବନ୍ୟପ୍ରାଣୀ) ହରିଶଙ୍କର ଉପାଧ୍ୟାୟ ଏହି ସୂଚନା ଦେଇଛନ୍ତି

Leave A Reply

Your email address will not be published.