Latest Odisha News

BREAKING NEWS

ଜେଲ୍‌ରୁ ବାହାରିବେ ଅରବିନ୍ଦ କେଜ୍ରିୱାଲ, ମିଳିଲା ଜାମିନ୍‌

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଆଶ୍ୱସ୍ତି। ଖୁବଶୀଘ୍ର ଜେଲରୁ ବାହାରିବେ କେଜ୍ରିୱାଲ। ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲା ଜାମିନ୍‌। ସିବିଆଇ ପଞ୍ଜୀକୃତ ମାମଲାରେ ସୁପ୍ରିମକୋର୍ଟରୁ ସର୍ତ୍ତମୂଳକ ଜାମିନ୍‌ ପ୍ରଦାନ କରାଯାଇଛି।

ଇଡି ଗିରଫଦାରୀ ବିରୁଦ୍ଧରେ ସର୍ବୋଚ୍ଚ ଅଦାଲତରେ ଦ୍ୱାରସ୍ଥ ହୋଇଥିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ। ଉକ୍ତ ମାମଲାରେ କେଜ୍ରିୱାଲଙ୍କୁ ପୂର୍ବରୁ ଜାମିନ ମିଳିଥିବା ବେଳେ ଏବେ ସୁପ୍ରିମକୋର୍ଟ ତାଙ୍କୁ ସିବିଆଇ ପକ୍ଷରୁ ରୁଜୁ ହୋଇଥିବା ମାମଲାରେ ଜାମିନ ପ୍ରଦାନ କରିଛନ୍ତି। ୧୦ ଲକ୍ଷ ଟଙ୍କାର ଜମା ରାଶି ବଦଳରେ ତାଙ୍କୁ ଏହି ଜାମିନ ପ୍ରଦାନ କରାଯାଇଛି।

କିନ୍ତୁ ସୁପ୍ରିମକୋର୍ଟ କେଜ୍ରିୱାଲଙ୍କୁ ଜାମିନ ପ୍ରଦାନ କରିଥିବା ବେଳେ କିଛି ସର୍ତ୍ତ ବି ଲାଗୁ କରିଛନ୍ତି। ସର୍ତ୍ତ ହେଲା ସିଏମଓକୁ କେଜ୍ରିୱାଲ ଯାଇପାରିବେନି ଏବଂ କୌଣସି ସରକାରୀ କାଗଜରେ ସେ ଦସ୍ତଖତ କରିପାରିବେନି। ଏଥିସହ ଏହି ମାମଲାରେ ସେ କୌଣସି ବୟାନ ବା ଟିପ୍ପଣୀ ସାର୍ବଜନିକ ସ୍ଥାନରେ କରିପାରିବେନି।

Comments are closed.