Latest Odisha News

ସୃଷ୍ଟି ହେଲା ଲଘୁଚାପ: ଆହୁରି ୩ ଦିନ ବର୍ଷିବ, ୧୫ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ପୁଣି ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ଯାଏଁ ତୁହାକୁ ତୁହା ବର୍ଷା ଜାରି ରହିବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଦକ୍ଷିଣପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଯାହା ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଯାଇ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇପାରେ । ଏହାର ପ୍ରଭାବରେ ରାଜ୍ୟରେ ଆଜିଠୁ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି ବୋଲି ସତର୍କ କରାଇଛି ପାଣିପାଗ ବିଭାଗ । କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୧୫ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଜଗତସିଂହପୁର, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାମାନଙ୍କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Comments are closed.