Latest Odisha News

BREAKING NEWS

୧୭ରେ ବିଏମସି ଅଧିନରେ ଥିବା ସମସ୍ତ ସ୍କୁଲ, କଲେଜ ଛୁଟି ଘୋଷଣା

ସରକାରୀ କାର୍ଯ୍ୟାଳୟ ଗୁଡିକର ପ୍ରଥମାର୍ଦ୍ଧ ଛୁଟି ରହିବ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ୱର ୧୭ ତାରିଖରେ ଭୁବନେଶ୍ୱର ଠାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି।

ଏଥିପାଇଁ ଭୁବନେଶ୍ୱରରେ ବିପୁଳ ଜନ ସମାଗମ ହେବ। ଯାହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସମସ୍ତ ସ୍କୁଲ ଓ କଲେଜ ଗୁଡିକ ସେହିଦିନ ସମ୍ପୂର୍ଣ୍ଣ ଛୁଟି ଘୋଷଣା କରାଯାଇଛି।

ସେହିପରି ସରକାରୀ କାର୍ଯ୍ୟାଳୟ ଗୁଡିକର ପ୍ରଥମାର୍ଦ୍ଧ ଛୁଟି ରହିବ ବୋଲି ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି।

Comments are closed.