Latest Odisha News

ଆହୁରି ୨ଦିନ ପ୍ରବଳ ବର୍ଷା, ମୟୂରଭଞ୍ଜକୁ ରେଡ୍ ଆଲର୍ଟ

ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଉତ୍ତର ଓଡ଼ିଶାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମୟୂରଭଞ୍ଜକୁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଅନ୍ୟପଟେ ବର୍ଷା ଆଶଙ୍କା ଥିବାରୁ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ଏସ୍‌ଆର୍‌ସି ।

ସେହିଭଳି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ, ବାଲେଶ୍ବର ଓ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ୧୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ। ବର୍ଷା ସମୟରେ ସମୁଦ୍ର ମଧ୍ୟରେ ଘଣ୍ଟାପ୍ରତି ୫୦ ରୁ ୬୦ କିମି ପବନ ବହିବାର ସମ୍ଭାବନା ରହିଛି । ଏଣୁ ମତ୍ସ୍ଯଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି । ତେବେ ୧୭ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ହ୍ରାସ ପାଇବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Comments are closed.