Latest Odisha News

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଜାରି ହେଲା ଟ୍ରାଫିକ କଟକଣା

ଭୁବନେଶ୍ଵର: ଆସନ୍ତାକାଲି ପ୍ରଧାନମନ୍ତ୍ରୀ ମୋଦିଙ୍କ ଭୁବନେଶ୍ବର ଗସ୍ତ ପାଇଁ ଜାରି ହେଲା ଟ୍ରାଫିକ କଟକଣା । କମିଶନରେଟ୍ ପୋଲିସ ପକ୍ଷରୁ ଜାରି ହେଲା ଟ୍ରାଫିକ ନିର୍ଦ୍ଦେଶନାମା । ଆସନ୍ତାକାଲି ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏଁ ରହିବ ଏହି କଟକଣା । ଜୟଦେବ ବିହାର-ନାଲକୋ ଛକ-ଜୟଦେବ ବିହାର ରାସ୍ତାରେ ରହିବ କଟକଣା ।

ନନ୍ଦନକାନନ-ଜୟଦେବ ବିହାର ଯିବା ପାଇଁ ଡମଣା ଛକରୁ ବାମକୁ ଯିବା ପାଇଁ ନିର୍ଦ୍ଦେଶନାମା ଜାରି ହୋଇଥିବା ବେଳେ ଆଚାର୍ଯ୍ୟ ବିହାର-ସୈନିକ ସ୍କୁଲ ଦେଇ ନନ୍ଦନକାନନ ଆଡ଼କୁ ଯିବାକୁ କୁହାଯାଇଛି । ତେବେ ଏହି ସମୟରେ ଜରୁରୀକାଳୀନ ସେବା ଫାୟାର, ଆମ୍ବୁଲାନ୍ସ ପାଇଁ କଟକଣା ନାହିଁ । ସେପଟେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଜନତା ମୈଦାନ ଅଞ୍ଚଳରେ କଡା ଚେକିଂ କରାଯାଉଛି । ତନତନ କରି ଯାଞ୍ଚ କରୁଛନ୍ତି ବମ ସ୍କ୍ୱାର୍ଡ ।

ସୂଚନାଯୋଗ୍ୟ ଯେ, ଆସନ୍ତାକାଲି ଜନ୍ମ ଦିନ ଅବସରରେ ଭୁବନେଶ୍ୱର ଆସିବେ ମୋଦି । ଏହି ଅବସରରେ ରାଜ୍ୟରେ ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ମୋଦି ।

Comments are closed.