Latest Odisha News

ମହଙ୍ଗା ପଡିଲା ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ନିର୍ଯାତନା, ପୁଲିସ ଉପରେ ପୁଲିସର କାର୍ଯ୍ୟାନୁଷ୍ଠାନ!

ଭୁବନେଶ୍ୱର: ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିବା ଘଟଣାରେ ବଦଳିଲେ ଭରତପୁର ଥାନା ଅଧିକାରୀ।  ଥାନା ଆଇଆଇସି ସମେତ ମହିଳା ଏଏସଆଇ ଓ ଜଣେ କନଷ୍ଟେବଳ ବଦଳିଲେ। ଭରତପୁର ଥାନା ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କୁ ଡିସିପି ହେଡକ୍ୱାର୍ଟର୍ସକୁ ବଦଳି କଲେ ପୋଲିସ କମିଶନର। ତାଙ୍କ ସ୍ଥାନରେ କମିଶନରେଟ୍ ମୁଖ୍ୟାଳୟରେ ଥିବା ଦୀପକ କୁମାର ଖଣ୍ଡାୟତରାୟଙ୍କୁ ଭରତପୁର ଥାନା ଅଧିକାରୀ ଭାବେ ଅବସ୍ଥାପିତ କରାଯାଇଛି ।

ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାର ନିରପେକ୍ଷ କ୍ରାଇମବ୍ରାଞ୍ଚ୍ ତଦନ୍ତ ପାଇଁ କରାଗଲା ବଦଳି। ସେହିପରି ଭରତପୁର ଥାନାରେ କାର୍ଯ୍ୟରତ ଏଏସଆଇ ସଲିଲମୟୀ ସାହୁଙ୍କୁ ମଧ୍ୟ ଡିସିପି ହେଡ କ୍ୱାର୍ଟର୍ସକୁ ବଦଳି କରାଯାଇଛି। ତା ସହିତ କନଷ୍ଟେବଳ ବଳରାମ ହାଂସଦାଙ୍କୁ ମଧ୍ୟ କରାଯାଇଛି ବଦଳି। ପ୍ରଶାସନିକ ଆବଶ୍ୟକତା ଓ ଜନସ୍ୱାର୍ଥକୁ ଦୃଷ୍ଟିରେ ରଖି ଏହି ଦୁଇ ଜଣକୁ ବଦଳି କରାଯାଇଛି।

ସୂଚନାଥାଉକି ଓଡିଶା ଅବସରପ୍ରାପ୍ତ ସେନା ସଂଘର ଅଭିଯୋଗ ଅନୁସାରେ ଶନିବାର ବିଳମ୍ବିତ ରାତି ୧୨ଟା ୩୦ରେ ଦୁର୍ବୃତ୍ତଙ୍କ ଆକ୍ରମଣର ଶିକାର ହୋଇଥିଲେ କ୍ୟାପଟେନ ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀ। ଉଭୟ ଏକ ରେସ୍ତେରାଁରୁ ଆସୁଥିବା ବେଳେ ରାସ୍ତାରେ ଏକ କାରକୁ ଓଭରଟେକ କରିବା ପରେ ପଛରୁ ଆସୁଥିବା ଗାଡ଼ିରୁ କିଛି ଯୁବକ ସେମାନଙ୍କୁ ଅଟକାଇ ଧକ୍କା ମାରିବା ସହ ଧମକ ଦେଇଥିଲେ।

ଏନେଇ ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀ ଭରତପୁର ଥାନାକୁ ଅଭିଯୋଗ କରିବାକୁ ଯାଇଥିଲେ। ଜଣେ ମହିଳା ଅଫିସର ବିନା ୟୁନିଫର୍ମରେ ତାଙ୍କ ନିକଟକୁ ଆସିଥିଲେ। ଅଭିଯୋଗ ରଖିବାକୁ ତାଙ୍କୁ କହିବା ପରେ ସେ ଶୁଣିନଥିଲେ। ଏନେଇ ଉଭୟଙ୍କ ମଧ୍ଯରେ ଯୁକ୍ତିତର୍କ ହେବା ପରେ ଗୁରୁବଂଶଙ୍କୁ ପ୍ଯାଣ୍ଟ ସାର୍ଟ ଖୋଲି ଥାନାରେ ବସାଇ ଦେଇଥିଲେ।

 

Leave A Reply

Your email address will not be published.