Latest Odisha News

ପୁଣି ଲଜ୍ଜା! କରମା ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣ ଦୁଷ୍କର୍ମ

ସୁନ୍ଦରଗଡ଼: ସୁନ୍ଦରଗଡ଼ କୁତ୍ରା ଥାନା ଅଞ୍ଚଳରେ ଲଜ୍ଜା। କରମା ପୂଜା ଦେଖିବାକୁ ଆସିଥିବା ବେଳେ ଜଣେ ଯୁବତୀଙ୍କୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ୩ ଜଣ ସଂପୃକ୍ତ ଥିବା କୁତ୍ରା ଥାନାରେ ଅଭିଯୋଗ ହୋଇଛି। ତେବେ ଏହି ୩ ଅଭିଯୁକ୍ତଙ୍କ ମଧ୍ୟରୁ ୨ ଜଣ ନାବାଳକ ଥିବା ଜଣାଯାଇଛି।

ସେମାନଙ୍କ ଘର ବୀରମିତ୍ରପୁର ଥାନା ରାଇବଗା ଅଞ୍ଚଳରେ ବୋଲି ଜଣାପଡିଛି। ସୂଚନା ଅନୁସାରେ ୧୬ ତାରିଖ ରାତିରେ ଯୁବତୀ ଜଣଙ୍କ ରାଜଗାଙ୍ଗପୁରକୁ କରମା ପୂଜା ଦେଖିବାକୁ ଆସିଥିଲେ। ଏହି ସମୟରେ ଯୁବତୀ ଜଣଙ୍କ ଗଣ ଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଯୁବତୀ ଜଣଙ୍କ ଘଟଣା ସଂପର୍କରେ ପରିବାର ଲୋକଙ୍କୁ ଜଣାଇଥିଲେ।

୧୭ ତାରିଖରେ ପରିବାର ଲୋକେ କୁତ୍ରା ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ ଅଭିଯୁକ୍ତଙ୍କୁ ଧରିବାକୁ ଖୋଳତାଡ଼ ଆରମ୍ଭ କରିଛି। ସୂଚନା ଥାଉକି କୋଲକାତାର ଆରଜି କର ମେଡିକାଲ କଲେଜ ଓ ହସ୍‌ପିଟାଲରେ ଜଣେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ରାଜ୍ୟ ବ୍ୟାପୀ ବିରୋଧ ଜାରି ରହିଛି। ତଥାପି ଏହି ସମୟରେ ନାରୀ ପ୍ରତି ଏପରି ଏଭଳି ଅପରାଧ ଜାରି ରହିଛି।

Leave A Reply

Your email address will not be published.