Latest Odisha News

ସମ୍ବଲପୁରୀ ଗାୟିକାଙ୍କ ମୃତ୍ୟୁ ରହସ୍ୟଘେରରେ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଭବାନୀପାଟଣା: ସମ୍ବଲପୁରୀ ଗାୟିକା ରୁକ୍‌ସନା ବାନୋଙ୍କ ମୃତ୍ୟୁକୁ ନେଇ ଆରମ୍ଭ ହେଲା ସସ୍‌ପେନ୍ସ । ଗତକାଲି ସ୍କ୍ରବ୍‌ ଟାଇଫସରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିବା ପରେ ପରିବାର ଏହାକୁ ହତ୍ୟାର ମୋଡ ଦେଇଛନ୍ତି । ସ୍ଲୋ ପଏଜନ ଦେଇ ତାଙ୍କ ମାରିବାର ଷଡଯନ୍ତ୍ର ରଚାଯାଇଥିଲା ବୋଲି ଅଭିଯୋଗ କରିଛନ୍ତି ପରିବାର ଲୋକେ ।  ଏନେଇ ଜଣେ ସମ୍ବଲପୁରୀ ଗାୟକଙ୍କ ନାଁରେ ଅଭିଯୋଗ ଆଣିଛନ୍ତି ପରିବାର ଲୋକେ ।

ତେବେ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ସମ୍ବଲପୁରୀ ଗାୟିକା ରୁକ୍ ସନା ବାନୋଙ୍କ ଗତକାଲି ପରଲୋକ ଘଟିଛି। ୧୫ ଦିନ ତଳେ ବଲାଙ୍ଗିରରେ ସୁଟିଂ ବେଳେ ରୁକ୍ ସନା ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ପ୍ରଥମେ ଭବାନୀପାଟଣା ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ କଲେଜ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ବରଗଡ଼ ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏହାପରେ ଅବସ୍ଥା ଗମ୍ଭୀର ହେବାରୁ ତାଙ୍କୁ ଭୁବନେଶ୍ବର ଏମ୍ସରେ ଭର୍ତ୍ତି କରାଯାଇଥିଲା। ଗତକାଲି ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ତେବେ ସ୍କ୍ରବ୍‌ ଟାଇଫସରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଥିବା ବେଳେ ତାଙ୍କ ମା’ ଓ ବଡ ଭଉଣୀ ଏନେଇ ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ସ୍କ୍ରବ୍‌ ଟାଇଫସରେ ନୁହେଁ ସ୍ଲୋ ପଏଜନ ଦେଇ ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ସେପଟେ ଏନେଇ କୌଣସି ସ୍ପଷ୍ଟିକରଣ ମିଳିପାରିନାହିଁ ।

Leave A Reply

Your email address will not be published.