Latest Odisha News

୨୪ ସୁଦ୍ଧା ରତ୍ନଭଣ୍ଡାର ସର୍ଭେ ସାରିବାକୁ ଚିଠି ଲେଖିଲେ ମୁଖ୍ୟ ପ୍ରଶାସକ

ପୁରୀ: ସେପ୍ଟେମ୍ବର ୨୪ ସୁଦ୍ଧା ରତ୍ନଭଣ୍ଡାର ସର୍ଭେ ସାରିବାକୁ ଚିଠି ଲେଖିଲେ ମୁଖ୍ୟ ପ୍ରଶାସକ । ଶ୍ରୀମନ୍ଦିର ରତ୍ନଭଣ୍ଡାରର ସମସ୍ତ ବୈଷୟିକ ସର୍ଭେ ଆସନ୍ତା ୨୪ ତାରିଖ ସୁଦ୍ଧା ଏଏସଆଇ ମହାନିର୍ଦ୍ଦେଶକଙ୍କୁ ଚିଡି ଲେଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ଆସନ୍ତା ୨୪ ପରଠୁ ଦଶହରା ଷୋଳ ପୂଜା ଓ କାର୍ତ୍ତିକ ମାସ ଆରମ୍ଭ ହେଉଥିବାରୁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ତେଣୁ ତୁରନ୍ତ ସର୍ଭେ କାର୍ଯ୍ୟ ସାରିବାକୁ ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା(ଏଏସଆଇ)କୁ ଚିଠି ଲେଖିଛନ୍ତି ମୁଖ୍ୟ ପ୍ରଶାସକ ।

ତେବେ ବୁଧବାର ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ ଏଏସ୍ଆଇ ପକ୍ଷରୁ ଅନୁଷ୍ଠିତ ଆରମ୍ଭ ହୋଇଛି । ରାଡାର୍ ପେନିଟ୍ରେଟିଂ ସିସ୍ଟମ୍ ତଥା ଅନ୍ୟ ବୈଷୟିକ ଉପକରଣ ବ୍ୟବହାର କରାଯାଇ ଏହି ସର୍ଭେ କରିବା ପରେ ହିଁ ଚୂଡାନ୍ତ ରିପୋର୍ଟ ଦାଖଲ କରିବାକୁ  ବୈଷୟିକ ଟିମ୍ ପ୍ରସ୍ତାବ ଦେଇଛନ୍ତି ବୋଲି କହିଛନ୍ତି ମୁଖ୍ୟ ପ୍ରଶାସକ । ଏହି ସର୍ଭେ ଦ୍ବାରା ଯେପରି ମହାପ୍ରଭୁଙ୍କ ନୀତିକାନ୍ତିରେ କୌଣସି ପ୍ରଭାବ ନ ପଡିବ, ସେଥିପ୍ରତି ଦୃଷ୍ଟି ଦେବାକୁ ରାଜ୍ୟ ସରକାରଙ୍କ ଅନୁମୋଦିତ ଏସ୍.ଓ.ପି ଏବଂ ଗଜପତି ମହାରାଜଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟି ତାଙ୍କ ନିଷ୍ପତ୍ତିରେ ସ୍ପଷ୍ଟଭାବେ ପରାମର୍ଶ ଦେଇଛନ୍ତି । ରତ୍ନଭଣ୍ଡାରର ନିରୀକ୍ଷଣ ତଥା ବୈଷୟିକ ସର୍ଭେ ଶୀଘ୍ର ଶେଷ କରି ଏ.ଏସ୍.ଆଇ ପକ୍ଷରୁ ଏହାର ମରାମତି କାର୍ଯ୍ୟ ହାତକୁ ନିଆଯିବ । ରାଜ୍ୟ ସରକାରଙ୍କ ଅନୁମୋଦିତ  ଏସଓପି ଅନୁସାରେ  ବାହାର ଓ ଭିତର ରତ୍ନଭଣ୍ଡାରରୁ ସମସ୍ତ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଂଗ୍ ରୁମକୁ ସ୍ଥାନାନ୍ତରଣ ତଥା ଖାଲି ଆଲମିରା ଓ ସିନ୍ଦୁକ ଗୁଡିକ ସ୍ଥାନାନ୍ତରିତ ହୋଇ ସାରିଛି l ଏ.ଏସ୍.ଆଇ ମରାମତି କାର୍ଯ୍ୟ ଶେଷ କରିବା ପରେ ଅଳଙ୍କାର ଗଣତି ତଥା ମଣତି କରାଯାଇ ପାରିବ । ତେଣୁ ଏନେଇ ତୁରନ୍ତ ହସ୍ତକ୍ଷେପ କରିବାକୁ ଏଏସ୍ଆଇ ମହାନିର୍ଦ୍ଦେଶକଙ୍କୁ ଅନୁରୋଧ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।

Leave A Reply

Your email address will not be published.