Latest Odisha News

BREAKING NEWS

ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା

ଭୁବନେଶ୍ବର: ଭରତପୁର ଥାନାରେ ସେନା ଅଧିକାରୀ ଗୁରୁବଂଶ ସିଂ ଓ ବାନ୍ଧବୀଙ୍କୁ ମାଡ଼ ମାରିବା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଘଟଣାକୁ ନେଇ ସରକାର ସଚେତନ ଅଛନ୍ତି, ଖୁବ ଶୀଘ୍ର ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ । ଘଟଣାକୁ ଗୁରୁତ୍ବର ସହ ନିଆଯାଇ କ୍ରାଇମବ୍ରାଞ୍ଚକୁ ତଦନ୍ତ ଦିଆଯାଇଛି ।

ସେ ଆହୁରି କହିଛନ୍ତି ଯେ, କ୍ରାଇମବ୍ରାଞ୍ଚ ଏତଲା ଅନୁସାରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି । ସଂପୃକ୍ତ ପୋଲିସ କର୍ମଚାରୀଙ୍କୁ ସସପେଣ୍ଡ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏ ସରକାର କାର୍ଯ୍ୟାନୁଷ୍ଠାନ ନେବାରେ କେବେ ପଛଘୁଞ୍ଚା ଦିଅନ୍ତିନି’ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ସେପଟେ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ଚିଠି ଲେଖିଲେ ସେନା କମାଣ୍ଡର ଲେଫ୍ଟନାଣ୍ଟ ଜେନେରାଲ ପି.ଏସ୍‌ ଶେଖାୱତ୍‌ । କିଭଳି ଜଣେ ସେନା ଅଧିକାରୀ ଥାନାକୁ ସୁରକ୍ଷା ମାଗିବାକୁ ଯାଇଥିବା ବେଳେ ତାଙ୍କୁ ପୋଲିସ ପିଟିଛି । ଏହା ସହ ସେନା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୋଲିସ ନିର୍ଯାତନା ଦେଇଛି । ବାନ୍ଧବୀଙ୍କୁ ଯୌନ ନିର୍ଯାତନା ସହ ସେନାଧିକାରୀଙ୍କୁ ହାଜତରେ ପୂରାଇଛନ୍ତି ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି ସେନା କମାଣ୍ଡର । ମାମଲାକୁ ଗୁରୁତ୍ୱର ସହ ନେଇ ଏଥିରେ ହସ୍ତକ୍ଷେପ କରିବାକୁ ନିବେଦନ କରିଛନ୍ତି ସେନା କମାଣ୍ଡର ।

ସୂଚନାଯୋଗ୍ୟ, ଭରତପୁର ଥାନାରେ ସେନା ମେଜର ଗୁରୁବଂଶ ସିଂ ଓ ବାନ୍ଧବୀଙ୍କୁ ହୋଇଥିବା ନିର୍ଯାତନା ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର ଓ ୪ ପୁଲିସ କର୍ମଚାରୀଙ୍କ ନାଁରେ ଅପରାଧିକ ମାମଲା ରୁଜୁ କରିଛି କ୍ରାଇମବ୍ରାଞ୍ଚ । ଏଥିରେ କମିସନରେଟ୍ ପୁଲିସ ମୂଳ ଘଟଣାରେ ୭ ଜଣ ରୋଡ ରୋମିଓଙ୍କୁ ଗିରଫ କରିଛି ।

Leave A Reply

Your email address will not be published.